Família de Deus
A família de Deus transcende laços de sangue. Em Cristo, somos adotados como filhos, irmãos uns dos outros e membros de uma família eterna — a Igreja.
Adotados por Deus
Recebemos o espírito de adoção pelo qual clamamos: Abba, Pai! Se filhos, também herdeiros — herdeiros de Deus e co-herdeiros com Cristo.
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ। ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ, ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ। ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି। ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।
କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ; ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ। ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ; ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
ଆତ୍ମିକ ଶକ୍ତି ନିମନ୍ତେ ପ୍ରାର୍ଥନା
ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।
A comunidade de fé
Não abandonem a congregação. Somos um corpo em Cristo, membros uns dos outros, chamados a amar e a servir.
ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି? କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ। ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ? କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।
ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।
ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।
Quem é minha família?
Jesus disse: quem faz a vontade de Deus, esse é meu irmão e irmã. A família de Deus inclui todos os que creem.
ସେ ସେମାନଙ୍କୁ ଉତ୍ତର ଦେଲେ, "ମୋହର ମାଆ ଓ ଭାଇମାନେ କିଏ?" ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, "ଦେଖ, ମୋହର ମାଆ ଓ ମୋହର ଭାଇମାନେ। ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।"
ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ।
ଯୀଶୁ ସେମାନଙ୍କୁ କହିଲେ, "ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।"
ମଣ୍ଡଳୀ ପ୍ରତି ଆଦେଶ
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା। ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।