Filhos
Os filhos são herança do Senhor — bênção e responsabilidade sagrada. A Bíblia orienta sobre a criação dos filhos com amor, disciplina e instrução nos caminhos de Deus.
Herança do Senhor
Os filhos são herança do Senhor e o fruto do ventre é seu galardão. Bem-aventurado o homem que enche deles a sua aljava.
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ
ଲଜ୍ଜିତ ହେବେ ନାହିଁ।
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି
ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ
ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି
ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ
ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ
ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।
ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, "ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।"
ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।
ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।
Instruir e disciplinar
Instrui a criança no caminho em que deve andar, e quando envelhecer não se desviará dele. Disciplina é amor em ação.
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ;
ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ,
ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ;
ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ;
ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ;
ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।
ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ
ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
ଶଲୋମନଙ୍କର ହିତୋପଦେଶ।
ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ;
କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।
ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ। ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
O amor de Deus por crianças
Deixai vir a mim as crianças. Jesus acolheu, abençoou e honrou as crianças como modelo de fé e humildade.
ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, "ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ,
ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
Bênção e promessa
O Senhor te abençoe e te guarde. Os filhos dos justos serão abençoados e suas gerações caminharão na retidão.
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"
ପରମେଶ୍ୱର ଆକାଶର କାକରରୁ
ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ)
ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
ଲୋକସମୂହ ତୁମ୍ଭର ସେବା କରନ୍ତୁ
ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ;
ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ,
ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ;
ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ,
ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।"
କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା;
ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।
ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ
ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
"ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ,
ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ;
ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।"
ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ
ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା
ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା,
ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି;
ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି;
ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ
ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ;
ପୁଣି, ତାହାର ସନ୍ତାନଗଣ ଆଶୀର୍ବାଦ ପାଆନ୍ତି।
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ,
ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା
ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା।
ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ;
ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ,
ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
Criação e obediência
Pais, criai vossos filhos na disciplina e instrução do Senhor. Filhos, obedecei a vossos pais — isto é justo e agradável a Deus.
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା)," ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି? କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।
କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।