Graça
A graça de Deus é favor imerecido. Pela graça somos salvos, pela graça vivemos, pela graça somos sustentados. É o dom mais precioso de Deus — dado a quem não merece.
Salvos pela graça
Pela graça sois salvos, mediante a fé, e isto não vem de vós — é dom de Deus. Não por obras, para que ninguém se glorie.
କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ, କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।
ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି, ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।
Graça que capacita
A graça me basta, pois o poder se aperfeiçoa na fraqueza. Na graça, não estamos mais sob a lei, mas sob o favor de Deus.
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।
ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,
ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
A graça de Deus
O Senhor é compassivo e gracioso, tardio em irar-se e grande em amor. Sua graça é nova a cada manhã.
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ;
ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;
ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର;
ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
ହେ ପ୍ରଭୋ, ମୋʼ ରବ ଶୁଣ;
ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ;
କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Viver pela graça
A graça de nosso Senhor Jesus Cristo esteja convosco. Perdoando e confessando, experimentamos a graça restauradora.
ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ;
ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ। କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ। କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରିପାରି ନ ଥିଲେ। ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା। ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ। ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, "ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ। ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ। ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର। କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।"
ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ। ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ। ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
ତହୁଁ ଦ୍ୱିତୀୟ ମାସରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ। ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ। ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ। ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ। କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା। ଅସଂଖ୍ୟ ଲୋକ, ଅର୍ଥାତ୍, ଇଫ୍ରୟିମ ଓ ମନଃଶି, ଇଷାଖର ଓ ସବୂଲୂନ ମଧ୍ୟରୁ ଅନେକେ ଆପଣାମାନଙ୍କୁ ଶୁଚି କରି ନ ଥିଲେ, ତଥାପି ସେମାନେ ଲେଖାର ବିପରୀତରେ ନିସ୍ତାର ପର୍ବର ବଳି ଭୋଜନ କଲେ। କାରଣ ହିଜକୀୟ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରି ଏହା କହିଥିଲେ, "ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।" ପୁଣି, ସଦାପ୍ରଭୁ ହିଜକୀୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ। ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ।
ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ। ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ। ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ। ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା। ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।