Gratidão a Deus
A gratidão a Deus é atitude que transforma a vida. Reconhecer que toda boa dádiva vem de Deus nos leva a louvar, servir e viver com alegria e propósito.
Tudo vem de Deus
Toda boa dádiva vem do alto. Agradecer a Deus é reconhecer que Ele é a fonte de toda bênção e sustento.
କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,
କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।
ପାପୀଙ୍କ ପରିତ୍ରାଣ ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ
ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
ମଣ୍ଡଳୀର ଉପାସନା ବିଧି
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
Louvor e gratidão
Louvai ao Senhor e dai-lhe graças! Ele fez maravilhas e é digno de todo louvor e agradecimento.
ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି
ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।
ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର
ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି
ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ;
ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି,
ସେମାନେ "ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ" ବୋଲି ନିରନ୍ତର କହୁନ୍ତୁ,
ପରମେଶ୍ୱର ବିଚାରକର୍ତ୍ତା
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ;
ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ;
ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।
ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ,
ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା;
ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ
ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର;
ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।
ଦାଉଦଙ୍କ ପ୍ରଶଂସାର ଗୀତି
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର;
ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ,
ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Expressões de gratidão
Dar graças com oração e súplica. A gratidão se expressa em palavras, atos e atitudes que glorificam a Deus.
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
"ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର,
ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ,
କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି
ରାଜତ୍ୱ ଗ୍ରହଣ କରିଅଛ।
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;
ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି;
ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।"
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.