Homem
A Bíblia fala sobre o homem como criação de Deus — feito à sua imagem e semelhança, mas também frágil, mortal e necessitado de redenção.
Criado à imagem de Deus
Deus criou o homem à sua imagem. Mas pelo pecado, o homem caiu e passou a depender da graça para ser restaurado.
ଏଥିଉତ୍ତାରେ ପରମେଶ୍ୱର କହିଲେ, "ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।" ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ। ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ। ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ। ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ। ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।
Fragilidade humana
O homem nascido de mulher é de poucos dias e cheio de inquietação. Deus conhece nossa fragilidade e cuida de nós.
ସ୍ତ୍ରୀଜାତ ମନୁଷ୍ୟ
ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।
‘ମର୍ତ୍ତ୍ୟର ମନୁଷ୍ୟ କʼଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ?
ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ
ଓ ତାହା ପ୍ରତି ଆପଣା ହୃଦୟ ରଖିବ,
କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି,
"ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ?
ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ?
ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ;
ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?
Renovação e chamado
Despojados do velho homem e revestidos do novo, somos chamados a buscar a justiça, a piedade e o amor.
ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,
କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି।
ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ
ଓ ସେ ତାହାର ସବୁ ପଥ ସମାନ କରନ୍ତି।
ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ;
ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।
A confiança errada
Maldito o homem que confia no homem. O homem de duplo ânimo é instável em todos os seus caminhos.
ସଦାପ୍ରଭୁ ଏହି କଥା କହନ୍ତି;
"ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ,
ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ; ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,