Honestidade
A honestidade é virtude cristã fundamental. Deus é Deus de verdade e nos chama a viver com integridade, transparência e retidão em todos os nossos relacionamentos e negócios.
Integridade diante de Deus
O Senhor abomina a balança falsa, mas o peso justo é seu prazer. A integridade dos justos os guia pelos caminhos retos.
ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ।
ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ,
ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ,
ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ
ଓ ମଙ୍ଗଳର ସମସ୍ତ ପଥ ଜାଣିବ।
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର
ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ
ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।
କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।
Praticar a honestidade
Falai a verdade, pagai o que deveis, não negueis ao próximo o bem. A honestidade prática é testemunho do evangelho.
ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ,
ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
ଅନ୍ୟାୟ ସହିତ ପ୍ରଚୁର ଆୟରୁ
ଧାର୍ମିକତା ସହିତ ଅଳ୍ପ ଭଲ।
ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ;
ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।
Confissão e transparência
Confessai as vossas ofensas uns aos outros. Quem confessa e deixa o pecado encontra misericórdia e restauração.
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ;
ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।
ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
Coração puro
Bem-aventurados os puros de coração, porque verão a Deus. A honestidade começa no interior e se manifesta nas ações.
ଶୁଦ୍ଧଚିତ୍ତ ଲୋକେ ଧନ୍ୟ,
କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ;
ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ
ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ;
ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
"କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ,
ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ;
ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
କୁଟିଳ ମନୁଷ୍ୟ କଳି ବୁଣେ,
ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।