Honrar os pais
Honrar pai e mãe é mandamento de Deus com promessa de vida longa e feliz. A Bíblia ensina que respeitar, obedecer e cuidar dos pais é dever sagrado dos filhos.
O mandamento com promessa
Honra a teu pai e a tua mãe para que vá bem contigo e vivas muito tempo sobre a terra. É o primeiro mandamento com promessa.
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା)," ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
ପିତାମାତା ଏବଂ ସନ୍ତାନ
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା)," ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ। ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
Obedecer e respeitar
Filhos, obedecei a vossos pais no Senhor. Ouvir a instrução do pai e não desprezar o ensino da mãe traz sabedoria.
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ
ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ
ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ
ଓ ଗଳଦେଶର ହାର ସ୍ୱରୂପ ହେବ।
ଜ୍ଞାନର ଉପକାରିତା
ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ
ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
ଜ୍ଞାନବାନ
ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ;
ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ,
ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ବରଙ୍କ ଆଜ୍ଞା ଅମାନ୍ୟ କର?
ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ବରଙ୍କ ଆଜ୍ଞା ଅମାନ୍ୟ କର?
ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’ କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋʼଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାଆନ୍ତ, ସେ ସବୁ ‘ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,’ ‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
Consequências da desonra
A Bíblia adverte severamente contra a desonra aos pais. Quem amaldiçoa ou agride os pais enfrenta consequências sérias.
ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ,
ସେ ଲଜ୍ଜାକର ଓ ଅପମାନଜନକ।
ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ,
ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ
ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ,
ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ,
ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
ଶେଷକାଳରେ ଅଧାର୍ମିକତା
କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ; କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,
Cuidar dos pais
Quem não cuida dos seus, principalmente de sua família, negou a fé. Honrar os pais inclui respeitar os idosos.
କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।