Ídolos
A Bíblia condena a idolatria com veemência. Um ídolo é qualquer coisa que ocupa o lugar de Deus no coração. Os cristãos são chamados a guardar-se dos ídolos e servir ao Deus vivo.
Guardai-vos dos ídolos
Filhinhos, guardai-vos dos ídolos. A cobiça é idolatria. Tudo que ocupa o trono de Deus no coração é um ídolo.
ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।
ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ
ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ
ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
O único Deus verdadeiro
O Senhor é Deus nos céus e na terra — não há outro. Escolham hoje a quem servir, mas eu e a minha casa serviremos ao Senhor.
ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।"
ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Vencer a idolatria
Não tenhas comunhão com as obras das trevas. Revesti-vos da armadura de Deus para resistir às ciladas do diabo.
ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ; କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।
ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ
ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ।
ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି," ଏହା ସଦାପ୍ରଭୁ କହନ୍ତି।
କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।
ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର;
ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;