Irmãos de Jesus
Os irmãos de Jesus são mencionados nos Evangelhos. Embora inicialmente céticos sobre sua missão, alguns, como Tiago, tornaram-se líderes da igreja primitiva.
Menções nos Evangelhos
Jesus teve irmãos chamados Tiago, José, Simão e Judas. Eles conviveram com Ele na casa de Nazaré e participaram de sua vida pública.
ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ? ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା?
ଯୀଶୁଙ୍କ ମାଆ ଓ ଭାଇମାନେ
ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।
ଯୀଶୁଙ୍କ ମାଆ ଓ ଭାଇମାନେ
ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ। ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି। ସେ ସେମାନଙ୍କୁ ଉତ୍ତର ଦେଲେ, "ମୋହର ମାଆ ଓ ଭାଇମାନେ କିଏ?" ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, "ଦେଖ, ମୋହର ମାଆ ଓ ମୋହର ଭାଇମାନେ। ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।"
ଯୀଶୁଙ୍କ ମାଆ ଓ ଭାଇମାନେ
ତାହାଙ୍କ ମାଆ ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରିପାରୁ ନ ଥିଲେ।
Da incredulidade à fé
Os irmãos de Jesus não criam nele inicialmente. Mas após a ressurreição, estavam entre os discípulos em oração.
ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ, କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର। କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।
ଯୀଶୁ ତାହାଙ୍କୁ କହିଲେ, "ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’"
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା। ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,