Irmãos
A comunhão entre irmãos é marca da igreja verdadeira. A Bíblia nos chama a amar uns aos outros como Cristo nos amou — com perdão, encorajamento e cuidado mútuo.
Amor fraternal
Um novo mandamento vos dou: que vos ameis uns aos outros. Nisto conhecerão que sois meus discípulos — pelo amor entre vós.
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର। ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।"
ଈଶ୍ବର ପ୍ରେମମୟ
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।
ଜଗତ ଉପରେ ବିଜୟ ଲାଭ
ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
Comunhão e edificação
Não abandoneis a congregação. Encorajem-se mutuamente, cantem juntos e instruam-se na Palavra de Cristo.
ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
ଯେପରି ଲୁହା ଲୁହାକୁ ସତେଜ କରେ,
ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
ବନ୍ଧୁ ସବୁବେଳେ ପ୍ରେମ କରେ,
ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ;
ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ;
ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ;
ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
Perdão e reconciliação
Se o teu irmão pecar contra ti, vai e repreende-o a sós. O perdão e a reconciliação preservam a unidade do corpo de Cristo.
ପାପ କରିଥିବା ଭାଇ ସମ୍ବନ୍ଧରେ
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
ପାପ କରିଥିବା ଭାଇ ସମ୍ବନ୍ଧରେ
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ।
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ। ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ। କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।"
ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।"
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।"
ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।
ମଣ୍ଡଳୀ ପ୍ରତି ଆଦେଶ
ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।