Irrepreensível
Ser irrepreensível não é ser perfeito — é viver com integridade diante de Deus e dos homens. A Bíblia nos chama a buscar uma vida reta, pura e sem manchas visíveis de hipocrisia.
O padrão divino
Deus é perfeito e chama seus filhos à integridade. A palavra de Deus é purificada e Ele é escudo dos que caminham na retidão.
ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ;
ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ;
ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ;
ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।
ଯେଉଁମାନେ ଆଚରଣରେ ସିଦ୍ଧ,
ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା
ଅନ୍ତଃକରଣରେ ସତ୍ୟ କହେ।
ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ,
ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ,
କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି,
ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
Buscar a perfeição em Cristo
Todos tropeçamos em muitas coisas, mas o alvo é a maturidade. Cristo é a fonte da salvação eterna para todos os que lhe obedecem.
ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
ଯୀଶୁ ତାହାଙ୍କୁ କହିଲେ, "ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।"
Vida íntegra
Que a vossa alegria seja completa! Vivam em harmonia, sejam irrepreensíveis — transformados pela renovação da mente.
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।"
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ, ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର; ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ। ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା
ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
କିନ୍ତୁ ମନୁଷ୍ୟ ସଦୃଶ ହୋଇ
ଦାସରୂପ ଧାରଣ କରି
ଆପଣାକୁ ଶୂନ୍ୟ କଲେ;
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ,
ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ
ଆପଣାକୁ ଅବନତ କଲେ।
ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି,
ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା
ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ
ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି। ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ; ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି। ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ। ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର।
କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି। କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ। ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି। ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି; କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି। କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି; କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ; ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ। ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି। ଅତଏବ, ପ୍ରଭୁଙ୍କ ହେତୁ ତାହାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର; କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।
ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି;
ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।
ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି;
ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।