Jovens
Deus tem planos maravilhosos para os jovens. A Bíblia os convida a consagrar a juventude ao Senhor, crescer em sabedoria e ser exemplo para todos em fé, palavra, conduta e amor.
Ninguém despreze a tua mocidade
Paulo exortou Timóteo: sê exemplo dos fiéis na palavra, no procedimento, no amor, no espírito, na fé e na pureza.
ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।
ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା)," ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),"
Lembrar do Criador na juventude
Lembra-te do teu Criador nos dias da tua mocidade. A sabedoria ganha cedo produz frutos duradouros na vida inteira.
ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।
ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି। ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।
ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
Força e promessa
Os jovens renovam suas forças quando esperam no Senhor. Deus levanta jovens com visões e sonhos para transformar o mundo.
ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା;
ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ,
ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ,
ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
ଆଉ, ସେହି ସମୟରେ ମଧ୍ୟ ଆମ୍ଭେ
ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।
ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ। ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସରର ଛାମୁକୁ ଆଣିଲା। ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ,
ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ,
ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
Guardar o caminho
Como purificará o jovem seu caminho? Guardando-o segundo a tua Palavra. A Escritura na juventude guarda do pecado a vida inteira.
ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ?
ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ,
ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା;
ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
ଯୁବକ ଓ ଯୁବତୀମାନେ;
ବୃଦ୍ଧ ଓ ବାଳକମାନେ;
ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;
କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;
ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
ଜ୍ଞାନ ଓ ଉପଦେଶ ବୁଝିବାକୁ;
ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
ସୁଆଚରଣ, ସାଧୁତା ଓ ସୁବିବେଚନା
ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
ସରଳ ଲୋକଙ୍କୁ ସତର୍କତା
ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ,
ପୁଣି, ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ।
ଦ୍ରାକ୍ଷାରସରେ ଆସକ୍ତ
ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।
କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ;
ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ,
ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।
Coragem e vocação
Deus chamou jovens como Jeremias e Josué para grandes missões. A juventude não é desculpa — é oportunidade de servir poderosamente.
ଏଥିରେ ମୁଁ କହିଲି, "ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ!
ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।"
ମାତ୍ର ସଦାପ୍ରଭୁ ମୋତେ କହିଲେ, "ମୁଁ ବାଳକ ବୋଲି କୁହ ନାହିଁ;
କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ
ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ;
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।"
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ। ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ। ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ। ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ। ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।"
ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ,
"ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି,
ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।"
ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,
କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ।
ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,
କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ।
ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,
କାରଣ ତୁମ୍ଭେମାନେ ବଳବାନ,
ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି
ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।