Juízo
O juízo de Deus é manifestação de sua justiça e soberania. Ele julga o mundo, julga as nações e julga cada coração com perfeita equidade e misericórdia.
O juízo de Deus
Deus é juiz justo que prova os corações. Seu juízo é verdadeiro e alcança toda obra, secreta ou pública.
ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
ଯେଣୁ ପିତା ଯେପ୍ରକାରେ ମୃତମାନଙ୍କୁ ଉତ୍ଥାପନ କରି ଜୀବିତ କରନ୍ତି, ସେହି ପ୍ରକାରେ ପୁତ୍ର ମଧ୍ୟ ଯାହାଯାହାକୁ ଇଚ୍ଛା, ସେମାନଙ୍କୁ ଜୀବିତ କରନ୍ତି। ପୁଣି, ପିତା ମଧ୍ୟ କାହାର ବିଚାର କରନ୍ତି ନାହିଁ, ମାତ୍ର ସମସ୍ତେ ପିତାଙ୍କୁ ଯେଉଁ ପ୍ରକାରେ ସମାଦର କରନ୍ତି, ସେହି ପ୍ରକାରେ ପୁତ୍ରଙ୍କୁ ମଧ୍ୟ ଯେପରି ସମାଦର କରିବେ, ସେଥିନିମନ୍ତେ ପୁତ୍ରଙ୍କୁ ସମସ୍ତ ବିଚାର କରିବାର ଅଧିକାର ଦେଇଅଛନ୍ତି। ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।
ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।"
"ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
ଯଦି ମୁଁ ନିଜ ବିଷୟରେ ସାକ୍ଷ୍ୟ ଦିଏ, ତାହାହେଲେ ମୋହର ସାକ୍ଷ୍ୟ ସତ୍ୟ ନୁହେଁ।
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି। ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ; ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ;
ଯୀଶୁ ଉତ୍ତର ଦେଲେ, "ମୋʼ ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି। ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ। ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।
ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା।
ପୁଣି, ଯୀଶୁ କହିଲେ, "ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।"
Prestando contas
Cada um prestará contas de si mesmo a Deus. O juízo começa pela casa de Deus e depois alcança os que não obedecem ao evangelho.
ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ। ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ। ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି। ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର। ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।
କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।
କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ। ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
Justiça e redenção
O juízo de Deus é também redenção. Ele livrou Israel do Egito com juízos e salva os arrependidos pela cruz de Cristo.
ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି,
ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି;
ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର
କରିବା ବେଳେ ନିର୍ଦ୍ଦୋଷ ହେବ।
ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା
ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।
ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା
ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।
ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି;
ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି।
ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି,
"ହାଲ୍ଲିଲୂୟା;
ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,
କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ;
ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା,
ପୃଥିବୀକୁ ଭ୍ରଷ୍ଟ କରିଥିଲା,
ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।"
ପୁଣି, ସେ ଦ୍ୱିତୀୟ ଥର କହିଲେ,
"ହାଲ୍ଲିଲୂୟା;
ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।"