Julgamento
O julgamento pertence a Deus. A Bíblia adverte contra o juízo precipitado entre irmãos e revela que Cristo é o juiz justo que julgará vivos e mortos com perfeita equidade.
Não julgueis
Jesus disse: não julgueis para que não sejais julgados. Com o juízo com que julgais, sereis julgados.
ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।
ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ। କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।
ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ। କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ। ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି! ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।
ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
"ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
"ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
"ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
Julgar com justiça
Quando precisar avaliar, julgue segundo a justa aparência. Não julgue pela carne, mas pelo Espírito e pela verdade.
ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।"
ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ। କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି।
ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ବର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ। ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, "ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର। ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।"
ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
O tribunal de Cristo
Todos compareceremos diante do tribunal de Cristo para prestar contas. Cada um dará conta de si mesmo a Deus.
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା। ଯେଣୁ ଲେଖାଅଛି,
"ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’
‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ,
ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’"
ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି।
ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।
ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ। ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ। ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ?
ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ। କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
Deus é o juiz
O Senhor julgará o mundo com justiça. O juízo de Deus é verdadeiro e justo — Ele conhece todos os segredos do coração humano.
ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ;
ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ;
ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ,
ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
ମୁଁ ଦେଖୁ ଦେଖୁ,
କେତେଗୋଟି ସିଂହାସନ ସ୍ଥାପିତ ହେଲା,
ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ।
ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ,
ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା।
ତାହାଙ୍କର ସିଂହାସନ ଅଗ୍ନିଶିଖାମୟ
ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା;
ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ
ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ।
ବିଚାର-ସଭା ବସିଲା
ଓ ପୁସ୍ତକମାନ ଫିଟାଗଲା।
ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
Discernimento e graça
Temos um advogado junto ao Pai — Jesus Cristo. Não há condenação para os que estão em Cristo. Prove os espíritos.
ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।
ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ? ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ? ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର? ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?
ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ? ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?
ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି; ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।
ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ। ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।
କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ। ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ। ସ୍ୱାଧୀନତାର ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ, ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର।
ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ; ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ।
ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।
ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ
ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ।
ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି," ଏହା ସଦାପ୍ରଭୁ କହନ୍ତି।
ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି;
କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ,
ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର
ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ।
"ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;