Legalidades
A Bíblia reconhece a necessidade de leis e governo civil. Os cristãos são chamados a obedecer às autoridades estabelecidas por Deus, enquanto mantêm a lealdade suprema a Cristo.
Submissão às autoridades
Toda autoridade é instituída por Deus. O cristão é chamado a respeitar as leis, pagar tributos e honrar quem governa.
ଶାସନକର୍ତ୍ତାଙ୍କ ପ୍ରତି ଆନୁଗତ୍ୟ
ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ। ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ। କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ, କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି। ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ। ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି। ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
ପ୍ରେମ ଦ୍ୱାରା ବ୍ୟବସ୍ଥାର ସଫଳତା
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।
ଅଧିକାରୀମାନଙ୍କର ବଶୀଭୂତ ହେବା
ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ, ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।
ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, "ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?" "ସେହି କରର ମୁଦ୍ରା ମୋତେ ଦେଖାଅ।" ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, "ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।"
Obrigações legais
Jesus cumpriu obrigações legais, pagou impostos e orientou seus seguidores a obedecer à lei sem comprometer a fé.
ଯୀଶୁ ଏବଂ ମନ୍ଦିରର କର
ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, "ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?"
ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, "ତେବେ ତ ପୁତ୍ରମାନେ ମୁକ୍ତ। କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।"
ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ। ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ। କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ
ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା। ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
Perspectiva divina
As nações são como uma gota no balde diante de Deus. Ele abre portas que nenhuma lei pode fechar.
ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି;
ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।
ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।
କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।
ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ? ଯୀଶୁ ଉତ୍ତର ଦେଲେ, "ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।"
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.