Mãe
A mãe é honrada na Bíblia como pilar da família. Seu amor incondicional, sua sabedoria e sua dedicação são celebrados como reflexo do próprio amor de Deus por seus filhos.
O amor de mãe
Pode uma mãe esquecer-se do filho do seu ventre? Ainda que ela se esquecesse, Deus nunca nos abandona. O amor materno reflete o divino.
ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
ବାଧ୍ୟତାର ପୁରସ୍କାର
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି
ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
Sabedoria e instrução
A mãe sábia instrui os filhos nos caminhos de Deus. Seu ensino é lei que guia e sua disciplina é expressão de amor verdadeiro.
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ
ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ
ଓ ଗଳଦେଶର ହାର ସ୍ୱରୂପ ହେବ।
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ;
ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ;
ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।
ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ;
ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।
Honrar a mãe
Honra teu pai e tua mãe. A mulher virtuosa é digna de louvor — seus filhos se levantam e a chamam bem-aventurada.
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
ପିତାମାତା ଏବଂ ସନ୍ତାନ
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା)," ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ?
ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ;
ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
ସେ ଜ୍ଞାନରେ ଆପଣା ମୁଖ ଫିଟାଏ;
ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ,
ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି
ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
"ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି,
ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।"
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର;
ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.