Marido e mulher
O casamento é aliança sagrada entre marido e mulher, instituída por Deus desde o Éden. A Bíblia define papéis complementares fundados em amor, respeito e fidelidade mútua.
Instituição divina
Deus criou homem e mulher e os uniu em uma só carne. O casamento é projeto divino que reflete o amor de Cristo pela Igreja.
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, "ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।"
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
ସେ ଉତ୍ତର ଦେଲେ, "ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,"
ଆଉ କହିଲେ, "ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?" "ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।"
ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
Papéis no casamento
O marido ama e a mulher respeita. Ambos se submetem voluntariamente a Deus e um ao outro, em parceria e unidade.
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି, ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି। ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,
ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ, କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା। ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
ପରିବାରରେ ଖ୍ରୀଷ୍ଟୀୟ ଆଚରଣ
ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ। ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
ସ୍ତ୍ରୀ ଏବଂ ସ୍ୱାମୀମାନଙ୍କ ପ୍ରତି
ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ, ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।
ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
Fidelidade e união
O casamento é honroso e deve ser preservado com fidelidade. O cordão de três dobras não se rompe facilmente.
ସଙ୍ଗୀର ମୂଲ୍ୟ
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି। ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର। ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ? ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ?
ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ,
ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ
ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର;
ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ;
ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
ତୁମ୍ଭର ନିର୍ଝର ଧନ୍ୟ ହେଉ;
ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି,
ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ;
ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
Permanecer juntos
O que Deus uniu, o homem não separe. A Bíblia protege o casamento e orienta sobre convivência, perdão e perseverança conjugal.
ବିବାହ ସମ୍ପର୍କୀୟ ନିୟମ
ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ; କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ। ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ। ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି। ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।
କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ, (କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ।
ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି। ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?
ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।
ବିଭିନ୍ନ ନିୟମ
କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।