Mediador
Jesus é o único mediador entre Deus e os homens. Ele é o caminho, a verdade e a vida — ninguém vem ao Pai senão por Ele. Sua intercessão é eterna e perfeita.
O único mediador
Há um só Deus e um só mediador entre Deus e os homens — Cristo Jesus. Ele intercede por nós diante do Pai com autoridade eterna.
କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
ଯୀଶୁ ତାହାଙ୍କୁ କହିଲେ, "ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
Intercessão e proteção
Jesus rogou ao Pai que nos guarde do mal. O Espírito intercede por nós com gemidos inexprimíveis, e nada nos separa do amor de Cristo.
ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।