Meditação
A meditação na Palavra de Deus é prática espiritual essencial. Diferente da meditação oriental, a meditação bíblica é reflexão profunda sobre as Escrituras — ruminar a Palavra dia e noite.
Meditar na Palavra dia e noite
Bem-aventurado o homem que medita na lei do Senhor de dia e de noite. Ele é como árvore plantada junto a ribeiros de águas.
ସଫଳତାର ପଥ
ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ,
ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ,
କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ
ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ।
ତାହା ସାରାଦିନ ମୋହର ଧ୍ୟାନ।
ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ;
କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।
ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ;
କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ।
ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି
ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।
ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି;
ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ।
ପରମେଶ୍ୱରଙ୍କ ବ୍ୟବସ୍ଥା ସୁଖକର
ଗିମେଲ୍।
ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି,
ତହିଁରେ ଆପଣାକୁ ଆନନ୍ଦିତ କରିବି।
ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି,
ତହିଁ ନିକଟରେ କୃତାଞ୍ଜଳି ହେବି;
ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।
ପରମେଶ୍ୱରଙ୍କ ବ୍ୟବସ୍ଥାରେ ବିଶ୍ୱାସ
ସୟିନ୍।
ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି;
ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।
ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି,
ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
Frutos da meditação
A meditação produz entendimento, alegria e adoração. Quem medita na Palavra encontra direção, paz e renovação espiritual.
ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା,
ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ
ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।
ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ
ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି;
ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି
ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି;
ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି;
ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି;
ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ;
ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.