Medo da morte
O medo da morte é universal, mas Cristo o venceu. A Bíblia ensina que para quem crê, a morte perdeu o aguilhão — não é mais motivo de terror, mas porta para a eternidade com Deus.
Cristo venceu a morte
Jesus assumiu carne e sangue para, pela morte, destruir o que tinha o poder da morte e libertar os que viviam em escravidão pelo medo dela.
ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି; ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ, "ଜୟ ମୃତ୍ୟୁକୁ ଗ୍ରାସ କରିଅଛି।"
"ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ,
କାହିଁ ତୋର ନାହୁଡ଼?"
ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା; କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।
A promessa da vida eterna
Quem ouve a Palavra e crê já passou da morte para a vida. O amor perfeito lança fora o medo, até o medo da morte.
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
ଯୀଶୁ ତାହାଙ୍କୁ କହିଲେ, "ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।"
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
Não temas
Jesus disse: não temais os que matam o corpo. No vale da sombra da morte, o Senhor está conosco como pastor e protetor.
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
ସେ ଶାନ୍ତିରେ ପ୍ରବେଶ କରେ;
ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।
କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।
ଯେପରି ଲେଖାଅଛି,
"ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ;
ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।"
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।