Mente
A mente é campo de batalha espiritual. A Bíblia nos chama a renovar o entendimento, pensar com sabedoria e buscar a mente de Cristo em todas as áreas da vida.
Amar a Deus com a mente
O maior mandamento inclui amar a Deus com toda a mente. A vida intelectual deve ser consagrada ao Senhor.
ସେ ତାହାଙ୍କୁ କହିଲେ, "‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’
ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
ଅନୁଗ୍ରହର ଦାନ
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
Sabedoria e discernimento
A sabedoria é melhor que rubis. Quem a encontra, encontra a vida. A mente sábia discerne, planeja e previne erros.
ଯେଉଁ ଲୋକ ଜ୍ଞାନ ପାଏ
ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।
ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ;
ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
ଯେପରି ଲୁହା ଲୁହାକୁ ସତେଜ କରେ,
ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ;
ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।
ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ;
ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ;
ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।
Construir sobre a rocha
Quem ouve as palavras de Jesus e as pratica é como o sábio que edificou sobre a rocha firme e inabalável.
ଦୁଇ ଗୃହ ନିର୍ମାଣକାରୀ
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ
ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।
ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ;
ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।