Mentira
A mentira é condenada pela Bíblia como pecado grave. Deus é verdade, e quem mente se alinha com o pai da mentira. O cristão é chamado a falar a verdade em amor.
Deus odeia a mentira
Os lábios mentirosos são abominação para o Senhor. A Bíblia adverte que todo mentiroso terá parte no lago de fogo.
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ;
ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି;
ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା
ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
ଅନିଷ୍ଟ ଚିନ୍ତକ ଅନ୍ତଃକରଣ,
କୁକର୍ମ କରିବାକୁ ବେଗଗାମୀ ଚରଣ;
ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ
ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ
Falar a verdade
Despojai-vos da mentira e falai a verdade cada um com o próximo. Cristo é a verdade, e nos chama a ser testemunhas fiéis.
ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।
ଯୀଶୁ ତାହାଙ୍କୁ କହିଲେ, "ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ;
ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ।
ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।
Consequências da falsidade
A mentira destrói confiança e relacionamentos. As Escrituras alertam sobre os frutos amargos do engano e da falsidade.
ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେତେଣେ ଚାଳିତ ବାଷ୍ପ ତୁଲ୍ୟ,
ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ;
ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ;
ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।
ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ;
ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।