Messias
Jesus é o Messias prometido — o Cristo, o Ungido de Deus. Séculos de profecias apontaram para Ele, e Pedro declarou: 'Tu és o Cristo, o Filho do Deus vivo.'
A confissão messiânica
Pedro confessou: Tu és o Cristo, o Filho do Deus vivo. Os apóstolos pregaram incansavelmente que Jesus é o Messias prometido.
ସେ ସେମାନଙ୍କୁ ପଚାରିଲେ, "କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?" ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।
ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।
ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ "କ୍ଷୁଦ୍ର ଓ ମହାନ" ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ, ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।
As profecias cumpridas
O Messias viria como Príncipe da Paz, Salvador e Senhor. Cada profecia se cumpriu em Jesus de Nazaré, nascido em Belém.
କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି
ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ;
ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ,
ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା,
ଶାନ୍ତିରାଜା ହେବ।
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।"