Milagres de Jesus
Os Evangelhos registram dezenas de milagres realizados por Jesus — curas, ressurreições, domínio sobre a natureza e libertações. Cada milagre revelava sua divindade e compaixão.
Curas de cegos e surdos
Jesus devolveu a visão aos cegos e a audição aos surdos, manifestando seu poder sobre toda enfermidade e deficiência.
ଦୁଇ ଅନ୍ଧମାନଙ୍କୁ ଦୃଷ୍ଟି ଦାନ
ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, "ମୁଁ ଯେ ଏହା କରିପାରେ, ତାହା କି ବିଶ୍ୱାସ କରୁଅଛ?"
ସେମାନେ କହିଲେ ହଁ, ପ୍ରଭୁ।
ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, "ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ।" ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, "ଦେଖ, ଏ ବିଷୟ ଯେପରି କେହି ନ ଜାଣେ।" ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।
ଦୁଇ ଅନ୍ଧମାନଙ୍କୁ ଦୃଷ୍ଟି ଦାନ
ସେମାନେ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ। ଆଉ ଦେଖ, ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ, କିନ୍ତୁ ସେମାନେ ଆହୁରି ଉଚ୍ଚସ୍ୱର କରି କହିଲେ, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, "ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?" ସେମାନେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ। ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।
ବେଥ୍ସାଇଦାରେ ଜଣେ ଅନ୍ଧକୁ ଦୃଷ୍ଟି ଦାନ
ପରେ ସେମାନେ ବେଥ୍ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ। ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ? ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି। ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା। ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, "ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।"
ମୂକବଧିରର ସୁସ୍ଥତା
ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ। ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ। ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ, ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, "ଇପ୍ପଥଃ," ଅର୍ଥାତ୍ "ଫିଟିଯା।" ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା। ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ। ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।
ବାର୍ଟୀମୟ ଅନ୍ଧବ୍ୟକ୍ତିର ସୁସ୍ଥତା
ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା। ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ। ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। ସେଥିରେ ଯୀଶୁ ଠିଆ ହୋଇ କହିଲେ, "ତାହାକୁ ଡାକ।" ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି। ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା। ଯୀଶୁ ତାହାକୁ ଉତ୍ତର ଦେଲେ, "ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?" ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ। ଯୀଶୁ ତାହାକୁ କହିଲେ, "ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।" ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।
ଅନ୍ଧ ଭିକ୍ଷୁକକୁ ଦୃଷ୍ଟି ଦାନ
ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା। ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା। ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି।
ସେଥିରେ ସେ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ। ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ ମୋତେ ଦୟା କରନ୍ତୁ।
ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ; ଯେତେବେଳେ ଅନ୍ଧଟି ପାଖକୁ ଆସିଲା, ଯୀଶୁ ତାହାକୁ ପଚାରିଲେ, "ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ?" ଅନ୍ଧ କହିଲା, ହେ ପ୍ରଭୁ, ମୁଁ ଯେପରି ଦେଖି ପାରିବି।
ଯୀଶୁ ତାହାକୁ କହିଲେ, "ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।" ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ବରଙ୍କ ପ୍ରଶଂସା କଲେ।
ଜନ୍ମାନ୍ଧକୁ ଦୃଷ୍ଟି ପ୍ରଦାନ
ଯୀଶୁ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ। ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା?
ଯୀଶୁ ଉତ୍ତର ଦେଲେ, "ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି। ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି। ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।"
ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ, ଯାଅ, ଶୀଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) "ପୋଖରୀରେ ଧୋଇ ହୁଅ।" ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା।
Curas de paralíticos e enfermos
Paralíticos caminharam, leprosos ficaram limpos e todo tipo de doença foi curada pelo toque e pela palavra de Jesus.
ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, "ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।" ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା। ଆଉ ଯୀଶୁ ତାହାକୁ କହିଲେ, "ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।"
ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, "ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।"
ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି।
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, "ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ? କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା? କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର," ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, "ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।" ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା।
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
କିନ୍ତୁ ସେ ସେମାନଙ୍କୁ କହିଲେ, "ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି? ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।
ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।" ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।
ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ। ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ।
କୁଷ୍ଠରୋଗୀର ସୁସ୍ଥତା
ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, "ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।" ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା।
ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକୁ ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ, କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ। ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, "ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।" କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ, ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ? ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, "ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ? କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା? କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର," ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, "ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।" ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।
ଶୁଷ୍କ ହସ୍ତ ବିଶିଷ୍ଟ ବ୍ୟକ୍ତିର ସୁସ୍ଥତା
ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି। ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, "ଆସ, ମଝିରେ ଠିଆ ହୁଅ।" ପୁଣି, ଯୀଶୁ ସେମାନଙ୍କୁ କହିଲେ, "ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?" କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ। ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, "ହାତ ବଢ଼ାଅ।" ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
କୁଷ୍ଠୀ ଲୋକଙ୍କ ସୁସ୍ଥତା
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, "ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।" ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।
ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ। କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।
ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, "ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।" ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?
କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, "ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ? କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’ କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର," ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, "ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।"
ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ।
ଶୁଷ୍କ ହସ୍ତ ବିଶିଷ୍ଟ ବ୍ୟକ୍ତିର ସୁସ୍ଥତା
ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା। ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି। କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, "ଉଠ, ମଝିରେ ଠିଆ ହୁଅ।" ପୁଣି, ସେ ଉଠି ଠିଆ ହେଲା।
ସେଥିରେ ଯୀଶୁ ସେମାନଙ୍କୁ କହିଲେ, "ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?" ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, "ତୁମ୍ଭର ହାତ ବଢ଼ାଅ।" ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
ଶତ-ସେନାପତିର ଦାସର ସୁସ୍ଥତା
ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।
ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ। ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ। ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି; କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି।
ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତ-ସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ।
ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, "ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।" ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ।
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, "ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।" ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
ବିଶ୍ରାମବାର ଦିନରେ ସୁସ୍ଥତା ପ୍ରଦାନ
ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ। ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, "ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।"
ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ।
ଦଶ କୁଷ୍ଠୀଙ୍କୁ ଯୀଶୁଙ୍କ ସୁସ୍ଥତା
ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ। ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ; ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।
ପୁଣି, ସେ ସେମାନଙ୍କୁ ଦେଖି କହିଲେ, "ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।" ଆଉ ସେମାନେ ଯାଉ ଯାଉ ଶୁଚି ହେଲେ। କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
ସେଥିରେ ଯୀଶୁ ଉତ୍ତର ଦେଲେ, "ଦଶ ଜଣ କଅଣ ଶୁଚି ହେଲେ ନାହିଁ? ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?" ପୁଣି, ସେ ତାହାକୁ କହିଲେ, "ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।"
ଅଠତିରିଶି ବର୍ଷର ରୋଗୀର ସୁସ୍ଥତା
ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଯାତ୍ରା କଲେ। ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ। ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ; କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।] ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା। ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, "ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?"
ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋʼ ଆଗରୁ ପଶିଯାଏ।
ଯୀଶୁ ତାହାଙ୍କୁ କହିଲେ, "ଉଠ, ତୁମ୍ଭର ଖଟିଆ ଘେନି ଚାଲ।" ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା।
ସେହି ଦିନ ବିଶ୍ରାମବାର ଥିଲା।
ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା। ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା।
ସେଥିରେ ଯୀଶୁ ତାହାଙ୍କୁ କହିଲେ, "ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।"
ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।
ଯୀଶୁ ତାହାଙ୍କୁ କହିଲେ, "ଯାଅ, ତୁମ୍ଭର ପୁଅ ବଞ୍ଚିବ।"
ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ। ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ। ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା।
ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ "ତୁମ୍ଭର ପୁତ୍ର ବଞ୍ଚିଲାଣି" ବୋଲି ତାହାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା। ଆଉ, ସେ ଆପେ ଓ ତାହାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ।
ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।
A mulher com fluxo de sangue
Uma mulher que sofria há doze anos tocou a orla do manto de Jesus e foi curada instantaneamente pela sua fé.
ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା, କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।
କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, "ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।" ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ, ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା, ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା; କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି। ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା।
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା, ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।
ସେଥିରେ ଯୀଶୁ କହିଲେ, "କିଏ ମୋତେ ଛୁଇଁଲା?" ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି। କିନ୍ତୁ ଯୀଶୁ କହିଲେ, "କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।"
ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା। ସେଥିରେ ଯୀଶୁ ତାହାଙ୍କୁ କହିଲେ, "ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।"
Ressurreições
Jesus ressuscitou mortos — a filha de Jairo, o filho da viúva de Naim e Lázaro. Ele é Senhor sobre a morte.
ମୃତ ବାଳିକା ଜୀବିତ ଓ ପ୍ରଦର ରୋଗଗ୍ରସ୍ତା ସୁସ୍ଥ
ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ। ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ।
ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, "ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି" ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।
ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ, ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ। ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ, ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, "କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।" ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, ଆଉ ପିଲାର ହାତ ଧରି ତାହାକୁ କହିଲେ, "ଟଲିଥାକୁମ୍," ଅର୍ଥାତ୍ "ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।" ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ।
"ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ? ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି,
‘ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ,
ତୁମ୍ଭେମାନେ ନାଚିଲ ନାହିଁ;
ଆମ୍ଭେମାନେ ବିଳାପ କଲୁ,
ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି।’
କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’ ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ‘ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ।’ ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନମାନଙ୍କ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହୋଇଅଛି।"
ପାପିନୀ ସ୍ତ୍ରୀଲୋକର ପାପ କ୍ଷମା
ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,
ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ, କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, "ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।"
ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ। ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, "ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।" କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
ମାତ୍ର ସେ ତାହାର ହାତ ଧରି ଡାକି କହିଲେ, "ଆଗୋ ବାଳିକା, ଉଠ।" ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ। ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।
ଲାଜାରଙ୍କ ମୃତ୍ୟୁ
ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ। ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ। ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି। କିନ୍ତୁ ଯୀଶୁ ତାହା ଶୁଣି କହିଲେ, "ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।" ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ। ଅତଏବ, ସେ ପୀଡ଼ିତ ଅଛନ୍ତି ବୋଲି ଯେତେବେଳେ ସେ ଶୁଣିଲେ, ସେତେବେଳେ ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ଦୁଇ ଦିନ ରହିଗଲେ। ତତ୍ପରେ ସେ ଶିଷ୍ୟମାନଙ୍କୁ କହିଲେ, "ଚାଲ, ଆମ୍ଭେମାନେ ପୁନର୍ବାର ଯିହୂଦିୟା ପ୍ରଦେଶକୁ ଯିବା।" ଶିଷ୍ୟମାନେ ତାହାଙ୍କୁ କହିଲେ, ହେ ଗୁରୁ, ଯିହୁଦୀ ଲୋକମାନେ ଏବେ ଆପଣଙ୍କୁ ପଥର ଫୋପାଡ଼ିବାକୁ ଚେଷ୍ଟା କରୁଥିଲେ, ପୁଣି, ଆପଣ ଆଉ ଥରେ ସେଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, "ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ; କିନ୍ତୁ ରାତିରେ ଚାଲିଲେ ସେ ଝୁଣ୍ଟେ, କାରଣ ତାହା ଅନ୍ତରରେ ଜ୍ୟୋତିଃ ନାହିଁ।" ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, "ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।" ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ। ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ। ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, "ଲାଜାର ମରିଯାଇଅଛନ୍ତି;
Domínio sobre a natureza
Jesus acalmou a tempestade, andou sobre as águas e multiplicou pães. A natureza obedece à voz do seu Criador.
ଝଡ଼ ଉପରେ ଅଧିକାର
ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ। ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ। ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।
ସେ ସେମାନଙ୍କୁ କହିଲେ, "ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?" ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ।
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, "ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।" ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି। ସେ କହିଲେ, "ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।"
ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ। ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ। ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।
କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
ଚାରି ହଜାର ଲୋକଙ୍କୁ ଭୋଜନ କରାଇବା
ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, "ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇପାରନ୍ତି, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ।" ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା? ଯୀଶୁ ସେମାନଙ୍କୁ ପଚାରିଲେ, "ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?" ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ। ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ,
ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ। ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ। ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରି ହଜାର ପୁରୁଷ ଥିଲେ।
ଯୀଶୁ ଏବଂ ମନ୍ଦିରର କର
ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, "ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?"
ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, "ତେବେ ତ ପୁତ୍ରମାନେ ମୁକ୍ତ। କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।"
ଡିମ୍ବିରିବୃକ୍ଷକୁ ଅଭିଶାପ
ସକାଳେ ସେ ଯିରୂଶାଲମ ସହରକୁ ଫେରିବା ସମୟରେ କ୍ଷୁଧିତ ହେଲେ, ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, "ଆଉ କଦାପି ତୋʼଠାରେ ଫଳ ନ ହେଉ।" ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା। ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା? ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ। ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।"
ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ? ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, "ତୁନି ହ, ଚୁପ୍ କର୍।" ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା। ପୁଣି, ଯୀଶୁ ସେମାନଙ୍କୁ କହିଲେ, "ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?" ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି; ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ। କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।" ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା? ଯୀଶୁ ସେମାନଙ୍କୁ କହିଲେ, "ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ଯାଇ ଦେଖ।" ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି, ଦୁଇଟି ମାଛ। ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ। ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ। ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ। ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ। ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ।
ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ। କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ, କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, "ସାହସ ଧର, ଏ ତ ମୁଁ, ଭୟ କର ନାହିଁ।" ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,
ଚାରି ହଜାର ଲୋକଙ୍କୁ ଭୋଜନ କରିବା
ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ, "ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ। ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି।" ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରିପାରିବ? ଯୀଶୁ ସେମାନଙ୍କୁ ପଚାରିଲେ, "ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?" ସେମାନେ କହିଲେ, ସାତୋଟି। ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ। ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ। ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ଟୋକେଇ ବଳକା ଭଙ୍ଗା ରୁଟି ଉଠାଇଲେ। ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ।
ଡିମ୍ବିରିବୃକ୍ଷକୁ ଯୀଶୁଙ୍କ ଅଭିଶାପ
ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ; ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା। ସେଥିରେ ଯୀଶୁ ତାହାକୁ କହିଲେ, "ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।" ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ।
ଶୁଷ୍କ ଡିମ୍ବିରିବୃକ୍ଷରୁ ଶିକ୍ଷା
ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ। ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି। ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ଈଶ୍ବରଙ୍କଠାରେ ବିଶ୍ୱାସ ରଖ। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ। ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ। ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ
ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।
ସେ କଥା ଶେଷ କରି ଶିମୋନଙ୍କୁ କହିଲେ, "ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।" ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି। ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା। ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।
କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ। କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, "ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।" ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
ଝଡ଼ ଉପରେ ଅଧିକାର
ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, "ଆସ, ହ୍ରଦର ଆରପାରିକୁ ଯିବା।" ସେଥିରେ ସେମାନେ ନୌକା ଫିଟାଇଦେଲେ। କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା। ପୁଣି, ସେ ସେମାନଙ୍କୁ କହିଲେ, "ତୁମ୍ଭମାନଙ୍କର ବିଶ୍ୱାସ କାହିଁ?" କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
ଝଡ଼ ଉପରେ ଅଧିକାର
ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, "ଆସ, ହ୍ରଦର ଆରପାରିକୁ ଯିବା।" ସେଥିରେ ସେମାନେ ନୌକା ଫିଟାଇଦେଲେ। କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା। ପୁଣି, ସେ ସେମାନଙ୍କୁ କହିଲେ, "ତୁମ୍ଭମାନଙ୍କର ବିଶ୍ୱାସ କାହିଁ?" କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
ବାହିନୀ ଭୂତଗ୍ରସ୍ତ ଲୋକର ସୁସ୍ଥତା
ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ।
ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, "ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।" ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା? କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, "ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।"
ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ। ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।
କାନ୍ନା ବିବାହ ଭୋଜରେ ଯୀଶୁ
ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ; ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ। ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।
ସେଥିରେ ଯୀଶୁ ତାହାଙ୍କୁ କହିଲେ, "ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।"
ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର। ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।
ଯୀଶୁ ସେମାନଙ୍କୁ କହିଲେ, "ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।" ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ। ଆଉ, ସେ ସେମାନଙ୍କୁ କହିଲେ, "ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।"
ସେଥିରେ ସେମାନେ ଘେନିଗଲେ। ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ, ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।
କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।
ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।
ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି, ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ? ଯୀଶୁ କହିଲେ, "ଲୋକମାନଙ୍କୁ ବସାଅ।" ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ। ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।
ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, "ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର।" ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ।
ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ। କିନ୍ତୁ ସେ ସେମାନଙ୍କୁ କହିଲେ, "ଏ ତ ମୁଁ, ଭୟ କର ନାହିଁ।" ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା।
ସାତ ଜଣ ଶିଷ୍ୟଙ୍କୁ ଯୀଶୁଙ୍କ ଦର୍ଶନ
ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ। ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ। କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, "ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?" ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ। ସେ ସେମାନଙ୍କୁ କହିଲେ, "ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।" ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ। ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ; କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ। ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ। ଯୀଶୁ ସେମାନଙ୍କୁ କହିଲେ, "ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।" ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ।
Libertações
Jesus expulsou demônios com autoridade. Os espíritos impuros não resistiam à sua palavra e saíam imediatamente.
ରୋମୀୟ ସେନାପତିଙ୍କ ବିଶ୍ୱାସ
ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ, ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।
ସେ ତାହାକୁ କହିଲେ, "ମୁଁ ଯାଇ ତାହାକୁ ସୁସ୍ଥ କରିବି।"
କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ, ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।"
ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, "ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।" ସେହିକ୍ଷଣି ଦାସଟି ସୁସ୍ଥ ହେଲା।
ଦୁଇ ଭୂତଗ୍ରସ୍ତଙ୍କୁ ଯୀଶୁଙ୍କ ସୁସ୍ଥତା
ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ। ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା। ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ। ଯୀଶୁ ସେମାନଙ୍କୁ କହିଲେ, "ଯାଅ।" ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ଘୁଷୁରିପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ। ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ।
ମୂକକୁ ବାକ୍ଶକ୍ତି ପ୍ରଦାନ
ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ। ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ।
ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା
ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
କିଣାନୀୟା ସ୍ତ୍ରୀର ବିଶ୍ୱାସ
ଯୀଶୁ ସେହି ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ। ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି। କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି।
କିନ୍ତୁ ଯୀଶୁ ଉତ୍ତର ଦେଲେ, "ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।" କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋହର ଉପକାର କରନ୍ତୁ। ମାତ୍ର ସେ ଉତ୍ତର ଦେଲେ, "ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।"
କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି। ସେଥିରେ ଯୀଶୁ ଉତ୍ତର ଦେଲେ, "ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ।" ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା।
ଭୂତଗ୍ରସ୍ତ ବାଳକର ସୁସ୍ଥତା
ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା, ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି। ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରିପାରିଲେ ନାହିଁ।
ଯୀଶୁ ଉତ୍ତର ଦେଲେ, "ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।" ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।
ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା, ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି। ଯୀଶୁ ତାହାକୁ ଧମକ ଦେଇ କହିଲେ, "ଚୁପ୍ କର୍, ଏହାଠାରୁ ବାହାରିଯା।" ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା।
ବାହିନୀ ଭୂତଗ୍ରସ୍ତ ଲୋକର ସୁସ୍ଥତା
ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ। ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା। ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ, କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା। ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା। ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା, ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ। କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, "ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା।" ଆଉ ଯୀଶୁ ତାହାକୁ ପଚାରିଲେ, "ତୋର ନାଁ କଅଣ?" ସେ ତାହାକୁ କହିଲା, ମୋହର ନାଁ ବାହିନୀ, ଯେଣୁ ଆମେ ଅନେକ। ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା। ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା। ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ। ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା। ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଅଛି ବୋଲି ଦେଖିବାକୁ ଆସିଲେ।
କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋʼଠାରୁ, ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍’, ଅର୍ଥାତ୍ ଈଶ୍ବରଙ୍କୁ ସମର୍ପିତ ହୋଇଅଛି, ତେବେ ତୁମ୍ଭେମାନେ ତାହାକୁ ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ; ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।"
ଯାହା ମନୁଷ୍ୟକୁ ଅଶୁଚି କରୁଥାଏ
ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, "ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ। ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।
ସୁରଫୈନୀକୀୟା ସ୍ତ୍ରୀର ବିଶ୍ୱାସ
ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ। ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା। ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା। ସେଥିରେ ସେ ତାହାକୁ କହିଲେ, "ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।" କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି। ସେଥିରେ ଯୀଶୁ ତାହାକୁ କହିଲେ, "ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।" ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି; ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ। ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ। ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା। ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ; ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ। ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ। ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ। ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ। ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା। କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା।
ଅନେକ ଲୋକଙ୍କ ସୁସ୍ଥତା
ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ। ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ।
ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି-ସ୍ଥାନରେ ରହୁଥିଲା।
ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ। କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା।
ଯୀଶୁ ତାହାଙ୍କୁ ପଚାରିଲେ, "ତୋର ନାଁ କଅଣ?" ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ। ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ।
ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ। ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ।
ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ। ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ।
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।"
ଯୀଶୁଙ୍କ ରୂପାନ୍ତରଣ
ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ। ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।
ଆଉ ଦେଖ, ମୋଶା ଓ ଏଲୀୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ; ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମ ସହରରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ।
ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ। ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ।
ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋʼ ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା; ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ। ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
ଯୀଶୁ ଉତ୍ତର ଦେଲେ, "ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।" ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।
ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,
ଯୀଶୁ ଓ ବାଲ୍ଜିବୂଲ୍
ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।
ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ। କିନ୍ତୁ ଯୀଶୁ ଉତ୍ତର ଦେଲେ, "ଏତିକି ସହିଥାଅ;" ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ।
ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ? ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ଦାମୀ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି। ତାହା ନ ହେଲେ କଅଣ ଦେଖିବା ନିମନ୍ତେ ବାହାରି ଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ।
ଯାହାଙ୍କ ବିଷୟରେ ଏହା ଲେଖାଅଛି,
‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ,
ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’
ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।"
ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ବରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ; କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।