Milagres
Os milagres manifestam o poder soberano de Deus. Desde a criação até os sinais de Jesus e dos apóstolos, Deus intervém sobrenaturalmente na história para revelar sua glória e amor.
O Deus dos milagres
Para Deus nada é impossível. Ele abriu o mar, fez cair fogo do céu e ressuscitou mortos. Seu poder não tem limites.
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, "ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।"
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, "ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।"
କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।
"ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ୟର ପରମେଶ୍ୱର; ଆମ୍ଭର ଅସାଧ୍ୟ କି କିଛି ଅଛି?
ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା। ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି;
ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି
ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର;
ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
Milagres pela fé
Se tiverdes fé como um grão de mostarda, movereis montanhas. A fé é a chave que acessa o poder miraculoso de Deus.
ସେ ସେମାନଙ୍କୁ କହିଲେ, "ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, "ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।"
କିନ୍ତୁ ସେ କହିଲେ, "ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।"
ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।
Sinais e prodígios
Os apóstolos realizaram sinais e maravilhas em nome de Jesus. Os dons do Espírito incluem a operação de milagres e a fé sobrenatural.
ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
ସ୍କେବାର ପୁତ୍ରମାନେ
ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ, ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।
ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।
ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ, ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି, ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।
କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ; କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।
Milagres de cura e provisão
A oração da fé salvará o enfermo. Deus provê, cura e intervém quando clamamos a Ele com fé genuína.
ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ। ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ; ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।
ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।
କୁବ୍ଜା ସ୍ତ୍ରୀଲୋକର ସୁସ୍ଥତା
ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ। ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, "ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।" ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।
କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, "ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?"
ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।
ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।
ଯୀଶୁ ତାହାଙ୍କୁ କହିଲେ, "ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।"
ଏହି ପୁସ୍ତକର ଉଦ୍ଦେଶ୍ୟ
ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ; କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।
ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ।
Discernimento nos sinais
A Bíblia alerta contra falsos milagres e sinais enganosos. Devemos provar os espíritos e não seguir sinais que desviam de Deus.
ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ, ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, "ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;" ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ; ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।
ଯୂନସଙ୍କ ଚିହ୍ନ
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ। କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, "ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
ଅବିଶ୍ୱାସୀ ନଗରର ବିଚାର
ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ। "ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ। ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା। ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।"
A criação como milagre
O próprio corpo humano é milagre de Deus. Toda a criação testifica do poder e da sabedoria do Criador.
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି
ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି;
ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,
"ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ," ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ବର।"
କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ, କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, "ସାହସ ଧର, ଏ ତ ମୁଁ, ଭୟ କର ନାହିଁ।"
କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, "ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।"
ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚସ୍ୱର କରି ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ।
ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, "ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?"
ଅଷ୍ଟମ ଦଣ୍ଡ-ପଙ୍ଗପାଳ
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା, ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।"