Misericórdia
A misericórdia de Deus é eterna e inesgotável. Ele se compadece dos que sofrem, perdoa os arrependidos e derrama graça sobre os que não merecem. Grande é a sua fidelidade.
A misericórdia de Deus
Quem é Deus como tu, que perdoa a iniquidade? Ele se deleita em ter misericórdia e não retém a ira para sempre.
ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ?
ତୁମ୍ଭେ ଅଧର୍ମ କ୍ଷମା କରିଥାଅ
ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ;
ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ,
କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର;
ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର
ଓ ମୋʼ ପାପରୁ ମୋତେ ଶୁଚି କର।
ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର।
କାରଣ ତାହା ଅନାଦିକାଳୀନ।
ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ;
ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
ହେ ପ୍ରଭୋ, ମୋʼ ରବ ଶୁଣ;
ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।
ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଆପଣା ଦୟା
ରୁଦ୍ଧ କର ନାହିଁ;
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ
ନିରନ୍ତର ରକ୍ଷା କରୁ।
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ;
ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ,
ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
Graça e perdão
Onde o pecado abundou, superabundou a graça. Deus convida todos ao arrependimento e promete perdão total aos que confessam.
କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।
ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
ଆଉ, ସେ ମୋତେ କହିଅଛନ୍ତି, "ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।" ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ;
ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ;
ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ;
କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Misericórdia e compaixão
Misericórdia quero e não sacrifício. Deus nos chama a ser misericordiosos como Ele é, perdoando e acolhendo o próximo.
କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।"
ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, "ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ;
ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;
ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର;
ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
Acessar a misericórdia
Cheguemos com confiança ao trono da graça. Ali encontramos misericórdia e graça para socorro no tempo oportuno.
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ। କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ। କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରିପାରି ନ ଥିଲେ। ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା। ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ। ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, "ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ। ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ। ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର। କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।"
ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ। ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ। ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
ତହୁଁ ଦ୍ୱିତୀୟ ମାସରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ। ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ। ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ। ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ। କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା। ଅସଂଖ୍ୟ ଲୋକ, ଅର୍ଥାତ୍, ଇଫ୍ରୟିମ ଓ ମନଃଶି, ଇଷାଖର ଓ ସବୂଲୂନ ମଧ୍ୟରୁ ଅନେକେ ଆପଣାମାନଙ୍କୁ ଶୁଚି କରି ନ ଥିଲେ, ତଥାପି ସେମାନେ ଲେଖାର ବିପରୀତରେ ନିସ୍ତାର ପର୍ବର ବଳି ଭୋଜନ କଲେ। କାରଣ ହିଜକୀୟ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରି ଏହା କହିଥିଲେ, "ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।" ପୁଣି, ସଦାପ୍ରଭୁ ହିଜକୀୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ। ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ।
ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ। ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ। ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ। ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା। ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।
ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ,
ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ,
ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’
ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ?
ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ?
ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!
ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ;
ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ?
ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ,
ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ;
ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।
ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ;
ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ,
ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।
ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ,
‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?
ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ?
ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’
ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।"
ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, "ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି। ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।
ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା। ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା। ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।"
ଆଉ, ସଦାପ୍ରଭୁ ମୋତେ କହିଲେ, "ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି। ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।
ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ
ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ
ଓ ଆମ୍ଭ ରବରେ ମନୋଯୋଗ କରି ନାହଁ,
ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର;
କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ;
ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି
ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା,
ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।
ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।
ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି
ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ,
ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା?
ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ
ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।
ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା
ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ,
ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି
ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।"
ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର,
ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ;
କାରଣ ସେମାନେ କୁଟିଳ ପଥଗାମୀ
ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।
"ହେ ବିପଥଗାମୀ ସନ୍ତାନଗଣ ଫେର,
ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା।
ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ;
କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ;
ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ
ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।
ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ
ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ;
କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ
ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।"