Morte
A morte é a realidade que todos enfrentam, mas para o cristão ela não é o fim. A Bíblia ensina que Cristo venceu a morte e nos dá a esperança da ressurreição e da vida eterna.
Cristo venceu a morte
Onde está, ó morte, o teu aguilhão? Cristo destruiu o poder da morte e nos deu a vitória pela ressurreição.
"ଜୟ ମୃତ୍ୟୁକୁ ଗ୍ରାସ କରିଅଛି।"
"ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ,
କାହିଁ ତୋର ନାହୁଡ଼?"
ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା; କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।
ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
ଏହି ବାକ୍ୟ ବିଶ୍ୱାସଯୋଗ୍ୟ,
ଯଦି ତାହାଙ୍କ ସହିତ ମରିଅଛୁ,
ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
A esperança da vida eterna
Jesus disse: 'Eu sou a ressurreição e a vida.' Quem crê nele não está morto, mas apenas adormecido — e um dia despertará para a glória.
ଯୀଶୁ ତାହାଙ୍କୁ କହିଲେ, "ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ, ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?"
ଯୀଶୁ ତାହାଙ୍କୁ କହିଲେ, "ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ, ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?"
ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ପ୍ରଭୁଙ୍କ ଆଗମନ
ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।
କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
Não temas a morte
Não temas os que matam o corpo. Para o cristão, viver é Cristo e morrer é lucro. O vale da sombra da morte não assusta quem caminha com o Pastor.
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।
କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।
ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।
ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ; ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।
A eternidade nos aguarda
Deus enxugará toda lágrima. A morte será o último inimigo destruído. Para os salvos, a morte é a porta de entrada na presença eterna de Deus.
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ, ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ। କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
A morte na perspectiva bíblica
Há tempo de nascer e tempo de morrer. A morte é realidade humana, mas Deus é Senhor tanto dos vivos quanto dos mortos.
ଜ୍ଞାନୀ ଏବଂ ଅଜ୍ଞାନୀ
ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ
ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।
ସେ ଶାନ୍ତିରେ ପ୍ରବେଶ କରେ;
ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।
ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି;
ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।"
ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର
ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?
ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି?
ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?
ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ।
ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ
କନ୍ୟା
ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ,
ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର;
କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ;
ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼;
ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।
ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।
ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।"
ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, "ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।" ଏହା କହି ସେ ପ୍ରାଣତ୍ୟାଗ କଲେ।
ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।
ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’
ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।