Motivação
Motivação verdadeira vem de Deus. A Bíblia nos inspira a correr a carreira da fé com perseverança, sabendo que o Senhor fortalece, guia e recompensa os fiéis.
Força do alto
Tudo posso naquele que me fortalece. Deus dá poder aos fracos e renova a força dos cansados — Ele é a fonte de toda motivação.
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ;
କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ,
ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
Correr para o alvo
Prossigo para o alvo, para o prêmio da soberana vocação de Deus em Cristo Jesus. A corrida da fé exige disciplina e foco.
ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି।
ପ୍ରଭୁଙ୍କ ନିମନ୍ତେ ଦୌଡ଼
ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼। ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ। ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ। ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ବିଶ୍ୱାସର ଆଦିକର୍ତ୍ତା ଓ ସିଦ୍ଧଦାତା ଯୀଶୁ
ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ। ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
ଈଶ୍ବରଙ୍କ ଅନୁଶାସନର ସୁଫଳ
ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;
Propósito e missão
Deus tem planos de esperança para nós. Cada dia é oportunidade de fazer a sua vontade e avançar com confiança na missão.
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି। ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।"
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।"
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।"
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
ତୁମ୍ଭ ପାର୍ଶ୍ୱରେ ସହସ୍ର
ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ;
ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।
ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ, କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ। ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାରଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ। ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ। କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଳାନ୍ତ ହୁଅ ନାହିଁ।