A mulher virtuosa
A mulher virtuosa de Provérbios 31 é um retrato de excelência. Seu valor excede o de rubis — ela é sábia, trabalhadora, generosa e teme ao Senhor acima de tudo.
Uma joia rara
Mulher virtuosa, quem a achará? Seu valor excede o de rubis. Ela é o coração da família e a força do lar.
ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ?
ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ
ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ?
ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ,
ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
ସେ ଜୀବନଯାଏ
ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
ସେ ମେଷଲୋମ ଓ ମସିନା ଖୋଜି
ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
ସେ ବାଣିଜ୍ୟ-ଜାହାଜ ତୁଲ୍ୟ;
ସେ ଦୂରରୁ ଆପଣା ଆହାର ଆଣେ।
ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ
ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ
ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ,
ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
ସେ ବଳରେ ଆପଣା ଅଣ୍ଟା ବାନ୍ଧେ
ଓ ଆପଣା ବାହୁ ବଳବାନ କରେ।
ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ;
ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
ସେ ଚରଖାକୁ ହାତ ବଢ଼ାଏ,
ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ
ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ;
ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
Caráter acima da aparência
Enganosa é a graça e vã é a formosura, mas a mulher que teme ao Senhor será louvada. A verdadeira beleza é interior.
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର;
ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ;
ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର;
ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର; ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।