Mulher
A Bíblia celebra a mulher como obra-prima da criação divina. Ela é elogiada por sua sabedoria, força, beleza interior e papel fundamental na família e na sociedade.
A mulher na criação
Deus criou o homem e a mulher à sua imagem. A mulher foi formada como ajudadora idônea — parceira de igual dignidade e valor.
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। ତହୁଁ ଆଦମ କହିଲେ, "ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।"
Virtude e caráter
A beleza é vã e a formosura passageira, mas a mulher que teme ao Senhor é digna de louvor. Seu caráter é seu maior tesouro.
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର;
ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ;
ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ;
ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ,
ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର;
ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା
ନିର୍ଜନ ଭୂମିରେ ବସତି କରିବାର ଭଲ।
ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
Sabedoria e serviço
As mulheres da Bíblia foram líderes, profetisas e discípulas fiéis. Jesus honrou as mulheres e as incluiu em seu ministério.
ଯୀଶୁଙ୍କ ସଙ୍ଗେ ଥିବା ସ୍ତ୍ରୀଲୋକମାନେ
ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ, ପୁଣି, ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍ ମଗ୍ଦଲୀନୀ ନାମକ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ, ହେରୋଦଙ୍କ ପରିଚାଳକ ଖୂଜା ଓ ତାହାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ।
ସ୍ତ୍ରୀ ଏବଂ ସ୍ୱାମୀମାନଙ୍କ ପ୍ରତି
ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,
ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।
ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର; ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।