Mundo
A Bíblia tem muito a dizer sobre o mundo e nossa relação com ele. Cristãos estão no mundo, mas não são do mundo — chamados a ser luz e sal sem se conformar com os padrões seculares.
Não ameis o mundo
Não ameis o mundo nem o que nele há. A cobiça da carne, a cobiça dos olhos e a soberba da vida não vêm do Pai, mas do mundo.
ସଂସାରର ପ୍ରେମ ଅସାର
ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
ସଂସାରର ପ୍ରେମ ଅସାର
ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ; କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
O amor de Deus pelo mundo
Porque Deus amou o mundo de tal maneira que deu seu Filho. O mesmo mundo que rejeita a Deus é amado por Ele e objeto de sua redenção.
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
Vencer o mundo
Jesus venceu o mundo e nos dá sua paz e vitória. A fé é a vitória que vence o mundo — e aquele que nasceu de Deus o vence.
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।"
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।"
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।
No mundo sem ser do mundo
Jesus orou: não peço que os tires do mundo, mas que os guardes do mal. Somos enviados ao mundo como embaixadores do Reino.
ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।
ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି। ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି। ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ। ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।
ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି; ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।"
ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ।
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ବିଶ୍ୱାସୀଙ୍କୁ ଜଗତର ଘୃଣା
"ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।
Sal e luz
Vós sois o sal da terra e a luz do mundo. O cristão transforma o ambiente onde está, sem se conformar com os padrões mundanos.
ଲବଣ ଓ ଆଲୋକ
ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ। ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।
ପୁଣି, ଯୀଶୁ ସେମାନଙ୍କୁ କହିଲେ, "ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
ପୁଣି, ଯୀଶୁ ସେମାନଙ୍କୁ କହିଲେ, "ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?
Não se conformar
Não vos conformeis com este mundo. A religião pura é guardar-se da corrupção do mundo e viver segundo o Espírito de Deus.
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,
A batalha espiritual
A nossa luta não é contra carne e sangue. Os poderes do mundo são reais, mas o que está em nós é maior que o que está no mundo.
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,
ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।
ଜ୍ଞାନୀ କାହିଁ? ଶାସ୍ତ୍ରୀ କାହିଁ? ଏହି ଯୁଗର ତାର୍କିକ କାହିଁ? ଈଶ୍ବର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାନ୍ତି? କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।
କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,
ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ, ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।
କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
Pertencemos a Deus
Do Senhor é a terra e tudo o que nela existe. Vivemos neste mundo como peregrinos, desejando a pátria celestial.
ମହାନ ରାଜା
ପୃଥିବୀ ଓ ତହିଁର ପୂର୍ଣ୍ଣତା,
ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି
ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର;
ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ,
ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ
ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ,
ତାହା କିପରି ମହତ୍!
ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ;
ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ,
ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ। ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
ଯୀଶୁ ଜଗତର ଜ୍ୟୋତିଃ
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, "ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।"
ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି। ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ; ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ; ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି।
ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।
ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ, ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ? କାରଣ ପିତୃ-ପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି। ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା, ଆଉ ତଦ୍ୱାରା ସେହି କାଳର ଜଗତ ଜଳରେ ପ୍ଳାବିତ ହୋଇ ବିନଷ୍ଟ ହେଲା; ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।
ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା
ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।
ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ।
ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।
ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ;
କିନ୍ତୁ ପୃଥିବୀ ସଦାକାଳ ଥାଏ।
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ,
ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ;
ଆପଣା ପଥରେ ସର୍ବଦା ଘୂରେ
ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
ନଦୀସବୁ ସମୁଦ୍ରକୁ ବହିଯାଆନ୍ତି,
ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ;
ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।"
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, "ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।"
ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।
ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।