Namoro e sexo
Namoro e sexo são temas que a Bíblia trata com clareza e sem tabus. Deus criou o sexo como bênção dentro do casamento e nos chama à pureza fora dele.
Pureza sexual
A vontade de Deus é a santificação. Cada um saiba controlar seu próprio corpo em santidade e honra, não na paixão do desejo.
କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,
ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,
ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
Arrependimento e restauração
Bem-aventurado aquele cujo pecado é perdoado. Deus restaura os que se arrependem e cria neles um coração limpo e renovado.
ପାପ ସ୍ୱୀକାର ଓ କ୍ଷମା
ଯାହାର ଅପରାଧ କ୍ଷମା,
ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି
ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ
କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା;
ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା]
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି
ଓ ଆପଣା ଅଧର୍ମ ଲୁଚାଇଲି ନାହିଁ;
ମୁଁ କହିଲି, "ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,"
ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]
ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ;
ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର
ଓ ମୋʼ ପାପରୁ ମୋତେ ଶୁଚି କର।
କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି
ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି,
ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି;
ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର
କରିବା ବେଳେ ନିର୍ଦ୍ଦୋଷ ହେବ।
ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି;
ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ;
ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର
ଓ ମୋʼ ଅପରାଧସବୁ ମାର୍ଜନା କର।
ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ
ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ
ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ
ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।