Não temas
'Não temas' é uma das frases mais repetidas na Bíblia. Deus a pronuncia nos momentos de maior temor, lembrando que sua presença e poder são maiores que qualquer ameaça.
Deus está contigo
Não temas, porque eu sou contigo. Deus repete essa promessa em cada crise, guerra e desafio que seus filhos enfrentam.
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର;
ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା,
"ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।"
ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ;
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ,
ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ;
ଯିହୁଦାର ନଗରସମୂହକୁ କୁହ, "ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!"
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।"
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।"
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, "ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।"
Coragem diante do perigo
Não tenhas medo — o Senhor teu Deus está no meio de ti, poderoso para salvar. Ele luta por nós e dá forças aos medrosos.
ସେହି ଦିନ ଯିରୂଶାଲମକୁ କୁହାଯିବ,
ତୁମ୍ଭେ ଭୟ କର ନାହିଁ; "ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ।
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;
ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ,
ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
ତହିଁରେ ସେ ଉତ୍ତର କଲେ, "ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।" ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, "ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।" ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।
ହେ ଦେଶ, ଭୟ କର ନାହିଁ,
ଉଲ୍ଲସିତ ହୋଇ ଆନନ୍ଦ କର;
କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
ମାତ୍ର ସଦାପ୍ରଭୁ ମୋତେ କହିଲେ, "ମୁଁ ବାଳକ ବୋଲି କୁହ ନାହିଁ;
କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ
ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ;
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।"
ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, "ଭୟ କର ନାହିଁ, ନୀରବ ନ ରହି କଥା କୁହ, କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।"
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ। ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
Fé que vence o medo
O medo não vem de Deus. Jesus disse: não temas, crê somente! A fé dissipa o medo e nos conecta ao poder de Deus.
କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, "ଭୟ କର ନାହିଁ, କେବଳ ବିଶ୍ୱାସ କର।"
ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।
କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।