Nascimento
O nascimento é obra das mãos de Deus. Cada criança é formada por Ele no ventre materno com propósito e amor. A Bíblia celebra a vida desde a concepção até a eternidade.
O nascimento de Jesus
O maior nascimento da história mudou o curso da humanidade. Jesus nasceu de uma virgem pelo poder do Espírito Santo, conforme as profecias.
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।"
ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,
"ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ," ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ବର।"
ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ; କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।
କିନ୍ତୁ ମରୀୟମ ଦୂତଙ୍କୁ କହିଲେ, ଏହା କିପରି ହେବ? ମୁଁ ତ ପୁରୁଷକୁ ଜାଣେ ନାହିଁ। ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
Formados desde o ventre
Deus nos teceu no ventre de nossa mãe. Antes de nascermos, Ele já nos conhecia e nos separou para um propósito sagrado.
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ
ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା
ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା,
ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
"ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ,
ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ;
ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।"
ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ;
ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି;
ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି;
ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ;
ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
"ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ?
ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ୱର କହନ୍ତି,
ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭରୋଧ କରିବା?
Crianças — bênção e promessa
Jesus acolheu as crianças e disse: delas é o Reino dos céus. Os filhos são herança do Senhor e motivo de alegria para os pais.
କିନ୍ତୁ ଯୀଶୁ କହିଲେ, "ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।"
ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ;
ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।
Nascer de novo
Jesus ensinou que é preciso nascer de novo para ver o Reino de Deus. O novo nascimento é espiritual — pelo Espírito e pela Palavra.
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।"
ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ।
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର;
ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।