Negação de Cristo
Negar a Cristo é o ato mais grave que um ser humano pode cometer. Jesus advertiu: quem me negar diante dos homens, eu o negarei diante do meu Pai que está nos céus.
A advertência de Jesus
Jesus alertou sobre as consequências eternas de negá-lo. Quem se envergonha dele, dele o Filho do Homem se envergonhará quando vier em glória.
ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।"
ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।"
ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ,
ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା;
ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ,
ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
Exemplos e alertas
Pedro negou Jesus três vezes, mas foi restaurado. A Bíblia alerta contra falsos mestres que negam o Senhor que os resgatou.
ଯୀଶୁ ତାହାଙ୍କୁ କହିଲେ, "ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।"
କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ, ତୁମ୍ଭେ କଅଣ କହୁଅଛ, ମୁଁ ଜାଣେ ନାହିଁ।
ଭଣ୍ଡ ଭାବବାଦୀ ଏବଂ ଭଣ୍ଡ ଶିକ୍ଷକ
କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।
ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,