Nova aliança
A Nova Aliança é o pacto de graça que Deus estabeleceu através de Jesus Cristo. Diferente da antiga, ela é escrita no coração, mediada pelo sangue de Cristo e acessível a todos.
A profecia da Nova Aliança
Jeremias profetizou uma aliança nova em que Deus escreveria sua lei no coração do povo. Essa promessa se cumpriu em Cristo.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି; ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।
ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ; ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।"
କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି। କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।
ସେ "ନୂତନ ନିୟମ" ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।
ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
Selada com sangue
Jesus instituiu a Nova Aliança na Última Ceia: 'Este cálice é a nova aliança no meu sangue.' Seu sacrifício é definitivo e perfeito.
ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, "ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।
ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, "ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।
ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ।
ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ। ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।
କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ, ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି।
ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ। ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ? କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ; କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
Reconciliação e vida nova
Pela Nova Aliança somos reconciliados com Deus, trazidos para perto pelo sangue de Cristo e feitos embaixadores da reconciliação.
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି। କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି। ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ। ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।
ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି। ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ; ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;
ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ, ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର। କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।
ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।