Obediência aos pais
A obediência aos pais é mandamento divino com promessa de vida longa. A Bíblia valoriza a honra filial e ensina os filhos a respeitar e obedecer aos pais com amor.
Honrar pai e mãe
O quinto mandamento ordena honrar pai e mãe. É o primeiro mandamento com promessa: para que vá bem e vivas muito na terra.
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’
ପିତାମାତା ଏବଂ ସନ୍ତାନ
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା)," ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ। ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
Obedecer e respeitar
Filhos, obedecei a vossos pais no Senhor. A obediência filial é expressão de amor e temor a Deus.
ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ
ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ
ଓ ଗଳଦେଶର ହାର ସ୍ୱରୂପ ହେବ।
ବ୍ୟଭିଚାର ବିରୁଦ୍ଧରେ ସତର୍କବାଣୀ
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର,
ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ,
ଆପଣା ଗଳଦେଶରେ ବାନ୍ଧ।
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ,
ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ;
ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ;
ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
ଜ୍ଞାନର ଉପକାରିତା
ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ
ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି,
ମୋହର ଆଦେଶ ପରିତ୍ୟାଗ କର ନାହିଁ।
ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି,
ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।
ପିତା ମୋତେ ଶିକ୍ଷା ଦେଇ କହିଲେ,
"ତୁମ୍ଭ ମନରେ ମୋହର କଥାସବୁ ରଖ,
ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।
ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ;
ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ;
ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।
ଜ୍ଞାନବାନ
ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ;
ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ;
ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
Disciplina e consequências
A vara e a repreensão dão sabedoria. A Bíblia adverte sobre as consequências sérias da rebeldia e desonra aos pais.
ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ;
ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।
ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ,
ସେ ଲଜ୍ଜାକର ଓ ଅପମାନଜନକ।
ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ
ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ,
ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ,
ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
ଅବାଧ୍ୟ ପୁତ୍ରର ଦଣ୍ଡ
ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ; ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗର-ଦ୍ୱାରକୁ ନେଇଯିବେ; ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, "ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।" ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।
ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ,
ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।