Obediência
A obediência a Deus é a resposta natural do amor. Jesus disse: 'Se me amais, guardareis os meus mandamentos.' A obediência abre portas de bênção e nos aproxima do coração de Deus.
Obedecer é melhor que sacrificar
Deus deseja obediência acima de rituais. O sacrifício sem submissão ao Senhor é vazio de significado espiritual.
ତହିଁରେ ଶାମୁୟେଲ କହିଲେ,
"ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ,
ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ?
ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ବର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।
ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ, ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Obedecer aos mandamentos de Cristo
Jesus vinculou amor a obediência. Quem ama a Deus guarda seus mandamentos, e seus mandamentos não são pesados.
"ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?
ସେତେବେଳେ ସେ ସମସ୍ତଙ୍କୁ କହିଲେ, "କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Obedecer e praticar a Palavra
Sejam praticantes da Palavra. Quem ouve e pratica é como o homem sábio que construiu sobre a rocha firme — inabalável.
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।
ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର,
ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ;
ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
Bênçãos da obediência
A obediência abre caminho de bênçãos e prosperidade. Deus promete vida, saúde e vitória aos que andam em seus caminhos.
ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।
ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!
ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।"
ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।
ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Submissão e consagração
Apresentar o corpo como sacrifício vivo é o culto racional. A obediência se expressa em submissão, serviço e consagração total a Deus.
ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।
ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ। ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।
ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।
ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ
ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।
ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହି ସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।