Oportunidades
As oportunidades são dádivas de Deus que exigem sabedoria e prontidão. A Bíblia nos chama a aproveitar o tempo, agir com diligência e não desperdiçar os kairos divinos.
Aproveitando o tempo
Remindo o tempo, porque os dias são maus. O cristão é chamado a reconhecer e aproveitar cada oportunidade com sabedoria.
ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।
ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।
ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
Prontidão e ação
Pregue a Palavra a tempo e fora de tempo. As oportunidades às vezes surgem inesperadamente e exigem decisão imediata.
ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ "ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।
ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।
ପୁଣି ସକାଳେ ସୂର୍ଯ୍ୟୋଦୟ ହେବାମାତ୍ର ଚଞ୍ଚଳ ଉଠି ନଗର ଆକ୍ରମଣ କରିବ; ତହିଁରେ ଦେଖ, ସେ ଓ ତାହାର ସଙ୍ଗୀ ଲୋକମାନେ ତୁମ୍ଭ ବିରୁଦ୍ଧରେ ବାହାର ହୋଇ ଆସିଲେ ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କରିବ।"