Órfãos
Deus tem um cuidado especial pelos órfãos. Ele se apresenta como pai dos que não têm pai e defensor dos desamparados, e ordena a seu povo que faça o mesmo.
Deus, pai dos órfãos
O Senhor é pai dos órfãos e protetor das viúvas. Ele sustenta os que perderam amparo humano e cuida deles com ternura.
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର;
ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର;
ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।
ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ
ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।
ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି;
ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି;
ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।
ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର;
ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
O chamado da justiça
A religião pura é visitar órfãos e viúvas em suas aflições. Deus ordena a defesa do necessitado e o cuidado com os mais frágeis.
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
ସୁକ୍ରିୟା କରିବାକୁ ଶିଖ;
ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର,
ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।"
"ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର,
ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ;
ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।"
ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା। ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ,
ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା
ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।