Orgulho
O orgulho é um dos pecados mais condenados na Bíblia. Deus resiste aos soberbos, mas dá graça aos humildes. A humildade é o caminho da honra verdadeira.
Deus resiste ao soberbo
A soberba precede a ruína e o orgulho antecede a queda. Deus abomina o coração altivo e promete humilhar quem se exalta.
ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ,
ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ,
ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ,
ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ।
ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା;
ଅହଙ୍କାର, ଦାମ୍ଭିକତା ଓ କୁପଥ
ଏବଂ କୁଟିଳ ମୁଖ ମୁଁ ଘୃଣା କରେ।
ଅହଙ୍କାର ଆସିଲେ ଲଜ୍ଜା ଆସେ;
ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
ଅହଙ୍କାର ଆସିଲେ ଲଜ୍ଜା ଆସେ;
ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ;
ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ;
ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ,
ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ,
ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
ଗର୍ବୀ ଲୋକର ଗୃହ ସଦାପ୍ରଭୁ ଉପାଡ଼ି ପକାଇବେ;
ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
Humildade como caminho
Humilhai-vos diante do Senhor e Ele vos exaltará. A grandeza no Reino vem pelo serviço humilde, não pela autopromoção.
କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି,
"ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି,
କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।"
ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
ଦୀନ ଅବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ, ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ।
ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ,
"ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି,
ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।"
ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ; ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।"
ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର; ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ। ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
Os perigos do orgulho
O orgulho cega, gera contendas e afasta de Deus. A Escritura adverte contra a soberba da vida e a vã glória mundana.
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।
ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।
ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ, ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
କିନ୍ତୁ ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ। କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।
ଆଉ ସେ କହିଲେ, "ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ। କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ, ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା; ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।"
ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ;
ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର
ଧନ, ସମ୍ମାନ ଓ ଜୀବନ ଅଟେ।
ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,
O olhar de Deus
O Senhor não olha como o homem. Ele vê o coração e se agrada dos quebrantados de espírito e dos que tremem diante da sua Palavra.
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, "ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;"
ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ;
ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ;
କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି,
ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି;
ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, "ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।"
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।