Ouvir
Ouvir é uma disciplina espiritual essencial. A Bíblia exorta: 'Quem tem ouvidos, ouça.' A fé vem pelo ouvir, e ouvir é mais que escutar — é obedecer e agir.
A fé vem pelo ouvir
Sem ouvir a Palavra, não há fé. A pregação do evangelho gera fé nos corações de quem ouve com disposição e humildade.
ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।"
ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି,
ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ,
ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା,
ସେମାନେ କାନରେ କଷ୍ଟରେ ଶୁଣିଲେ
ଓ ଆପଣା ଆପଣା ଆଖି ବୁଜିଲେ,
ଯେପରି ସେମାନେ ଆଖିରେ ଦେଖିବେ ନାହିଁ
ଓ କାନରେ ଶୁଣିବେ ନାହିଁ,
ଆଉ ହୃଦୟରେ ବୁଝିବେ ନାହିଁ,
ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’
Ouvir e obedecer
Não basta ouvir — é preciso praticar. Quem ouve a Palavra e a pratica é como o homem sábio que edificou sobre a rocha.
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।
ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା। ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ। ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।"
କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’"
ମାତ୍ର ସେ କହିଲେ, "ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।"
ମାତ୍ର ସେ କହିଲେ, "ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।"
ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Deus ouve nossas orações
O Senhor ouve os que clamam a Ele de coração sincero. Ele inclina os ouvidos para as nossas súplicas e responde com fidelidade.
ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ,
କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।
ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି,
ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।
ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି,
ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି
ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ;
ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ;
ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ;
କାରଣ ମୁଁ ତୁମ୍ଭଠାରେ ଭରସା ରଖେ;
ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ;
କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।
ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।
Ouvir a voz de Deus
Jesus disse: 'As minhas ovelhas ouvem a minha voz.' Deus fala através da Palavra, do Espírito e das circunstâncias — cabe a nós ouvir.
ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।
ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?
Sabedoria no ouvir
Seja pronto para ouvir e tardio para falar. A sabedoria começa com a disposição de ouvir instrução e aceitar correção.
ଯେ ଶୁଣିବା ପୂର୍ବେ ଉତ୍ତର କରେ,
ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ,
ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର,
ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ;
ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ,
ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
ମୂର୍ଖମାନଙ୍କର ଗୀତ ଶୁଣିବା ଅପେକ୍ଷା
ଜ୍ଞାନୀମାନଙ୍କର ଭର୍ତ୍ସନା ଶୁଣିବାର ଭଲ।
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ;
ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହି ସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।
ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!"
ପ୍ରଭୁ ସଦାପ୍ରଭୁ କହନ୍ତି,
"ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା,
ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ,
ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, "ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।
ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।"
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ।
ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।
କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା,
ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା,
ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି,
ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି;
ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ
ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।