A paixão de Cristo
A paixão de Cristo é o ato de amor supremo da história. Jesus sofreu voluntariamente a cruz, carregando os pecados da humanidade para nos dar vida eterna.
O caminho da cruz
Jesus sabia o que o aguardava. Mesmo em agonia, submeteu-se à vontade do Pai e caminhou resolutamente para o Calvário.
ନିଜ ମୃତ୍ୟୁ ଏବଂ ପୁନରୁତ୍ଥାନ ବିଷୟରେ ଯୀଶୁଙ୍କ ସୂଚନା
ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।
ସେତେବେଳେ ସେ ସେମାନଙ୍କୁ କହିଲେ, "ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।"
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ,
ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ
ଆପଣାକୁ ଅବନତ କଲେ।
ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି; ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
O sacrifício voluntário
Ninguém tirou a vida de Jesus — Ele a deu voluntariamente. Ele veio para servir e dar a sua vida em resgate por muitos.
ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ। କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।"
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।"
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
"ସେ କୌଣସି ପାପ କଲେ ନାହିଁ,
କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।"
ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ,
ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି।
ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ;
ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।