Paixão
A Bíblia nos chama a dominar as paixões e desejos da carne. O cristão é chamado a viver pelo Espírito, crucificando as obras da carne e buscando a santidade em tudo.
Crucificar a carne
Os que são de Cristo crucificaram a carne com suas paixões e concupiscências. O domínio próprio é fruto do Espírito Santo.
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,
ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
Tudo para a glória de Deus
Quer comamos, quer bebamos, tudo deve ser feito para a glória de Deus. Devemos fugir das paixões que guerreiam contra a alma.
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।
ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ।
କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ, ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ।
ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।