Palavras de consolo
A Bíblia é repleta de palavras de consolo para os aflitos. Deus está perto dos que sofrem e promete enxugar toda lágrima, renovar a esperança e restaurar o coração partido.
Deus está conosco
O Senhor é refúgio e fortaleza. Mesmo no vale da sombra da morte, não precisamos temer — Ele está ao nosso lado para nos consolar.
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ସ୍ତୁତି ବନ୍ଦନା
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ।
ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ
ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ
ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି,
ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି,
ତାହା ହିଁ ମୁଁ ଅନ୍ୱେଷଣ କରିବି।
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ;
ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ;
ସେ ମୋତେ ଶୈଳ ଉପରକୁ ଉଠାଇବେ।
କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା;
ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
Consolação e esperança
Deus consola os humildes e exalta os abatidos. Ele nunca nos desamparará.
ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।"
ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।"
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।"
ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି
ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ବର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
Descanso e renovação
Bem-aventurados os que choram, pois serão consolados. A Bíblia nos convida a descansar nos braços do Pai e encontrar paz para a alma.
ଶୋକାର୍ତ୍ତ ଲୋକେ ଧନ୍ୟ,
କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ; ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ;
ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ,
ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ମୋତେ ସାହାଯ୍ୟ କରିଅଛ ଓ ସାନ୍ତ୍ୱନା ଦେଇଅଛ।
ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ
ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ,
ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
ସମସ୍ତ ବିଷୟର ନିରୂପିତ ସମୟ
ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;
ଜନ୍ମ ହେବାର ସମୟ ଓ ମରିବାର ସମୟ;
ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ;
ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,
ରୋଦନ କରିବାର ସମୟ ଓ ହସିବାର ସମୟ;
ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ;
ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ;
ରଖିବାର ସମୟ ଓ ପକାଇ ଦେବାର ସମୟ;
ଚିରିବାର ସମୟ ଓ ସିଲେଇ କରିବାର ସମୟ;
ନୀରବ ରହିବାର ସମୟ ଓ କଥା କହିବାର ସମୟ;
ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ;
ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।