O pão da vida
Jesus se declarou o Pão da Vida — o alimento espiritual que satisfaz a fome mais profunda da alma humana. Quem come deste pão viverá para sempre.
Eu sou o Pão da Vida
Jesus disse: 'Eu sou o pão da vida; quem vem a mim nunca terá fome.' Ele é o sustento que sacia a alma eternamente.
ସେଥିରେ ଯୀଶୁ ସେମାନଙ୍କୁ କହିଲେ, "ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
ମୁଁ ଜୀବନଦାୟକ ଆହାର।
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ," ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ବର ମୁଦ୍ରାଙ୍କିତ କଲେ।"
O pão que dá vida ao mundo
Jesus é o pão vivo que desceu do céu. Quem come da sua carne e bebe do seu sangue tem a vida eterna e será ressuscitado no último dia.
ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।"
ସେଥିରେ ଯୀଶୁ ସେମାନଙ୍କୁ କହିଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କଠାରେ ଜୀବନ ନାହିଁ।
ଯୀଶୁ ତାହାଙ୍କୁ କହିଲେ, "ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Saciar a fome da alma
Bem-aventurados os que têm fome e sede de justiça, porque serão fartos. Nem só de pão vive o homem, mas de toda palavra que sai da boca de Deus.
ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ,
କାରଣ ସେମାନେ ପରିତୃପ୍ତ ହେବେ।
କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’"
ଚିନ୍ତିତ ନ ହୁଅ
ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?