O papel do homem
A Bíblia define o papel do homem na família e na sociedade: líder servidor, provedor fiel, pai presente e marido amoroso, seguindo o exemplo de Cristo.
Marido e pai
O marido deve amar a esposa como Cristo amou a Igreja. O pai é chamado a criar os filhos na disciplina e instrução do Senhor.
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ।
ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
Provedor e responsável
Quem não cuida dos seus é pior que o descrente. O homem deve trabalhar com diligência e prover para sua família com honra.
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ।
ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;
ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ, ମଦ୍ୟପାୟୀ କି ବିବାଦ-ପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ, ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।
Caráter e liderança
O homem de Deus é corajoso, íntegro e cheio do Espírito. Ele lidera pelo exemplo e guia sua casa nos caminhos do Senhor.
ଶେଷ ନିର୍ଦ୍ଦେଶ
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।"
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,