Paz
A paz é um dos frutos do Espírito e uma promessa central de Jesus: 'Deixo-vos a paz, a minha paz vos dou.' A Bíblia nos chama a buscar, cultivar e viver na paz de Deus.
A paz de Cristo
Jesus é o Príncipe da Paz. Antes de partir, prometeu aos discípulos uma paz que o mundo não pode dar nem tirar — paz sobrenatural em meio às tribulações.
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।"
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।"
କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି
ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ;
ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ,
ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା,
ଶାନ୍ତିରାଜା ହେବ।
କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, "ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।"
Paz com Deus
Justificados pela fé, temos paz com Deus por meio de Cristo. Ele é a nossa paz, que derrubou a barreira e nos reconciliou.
ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଚ୍ଛେଦ-ପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି, ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,
ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
A paz que excede o entendimento
A paz de Deus, que excede todo entendimento, guarda nosso coração e mente. Ela vem da confiança no Senhor e da entrega total a Ele.
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
Promotores da paz
Bem-aventurados os pacificadores, porque serão chamados filhos de Deus. A Escritura nos chama a buscar e promover a paz em todos os relacionamentos.
ଶାନ୍ତିକାରକ ଲୋକେ ଧନ୍ୟ,
କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।
ଶାନ୍ତିକାରକ ଲୋକେ ଧନ୍ୟ,
କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।
ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
ଯେଣୁ,
"ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି,
ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ,
ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ,
ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;
ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର;
ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର;
ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
O fruto da paz
A sabedoria que vem do alto é pacífica. O fruto da justiça se semeia em paz por aqueles que cultivam a paz com mansidão.
ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।
ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ।
Paz interior e descanso
Aquietai-vos e sabei que Eu sou Deus. A paz do Senhor acalma tempestades, silencia medos e sustenta a alma em todo tempo.
"କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ;
ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ,
ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।"
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ
ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ;
ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ
ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର;
କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି;
ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି;
ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
ମୁଁ ଶାନ୍ତି ଚାହେଁ;
ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।
ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, "ତୁନି ହ, ଚୁପ୍ କର୍।" ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।
ତହିଁରେ ଯୀଶୁ ତାହାକୁ କହିଲେ, "ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।"
ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।
Anunciadores da paz
Como são formosos os pés dos que anunciam boas novas de paz! O evangelho é a mensagem de paz para todos os povos.
ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।"
ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି,
ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି,
ଯେ ସିୟୋନକୁ "ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି" ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ!
"ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା,
ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।"
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ।
ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।
ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ;
O Deus da paz
Que o Deus da paz esteja com todos vocês. Ele nos santifica por completo e nos guarda irrepreensíveis para a vinda do Senhor.
ଶାନ୍ତିଦାତା ଈଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ, ଆମେନ୍।
ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
କାରଣ ଈଶ୍ବର ବିଶୃଙ୍ଖଳତାର ଈଶ୍ବର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ବର।
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ
ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ;
ପର୍ବତ ଓ ଉପପର୍ବତଗଣ ତୁମ୍ଭମାନଙ୍କ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷସକଳ କରତାଳି ଦେବେ।
ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।"
Paz, santidade e unidade
A paz exige esforço: guardar a unidade do Espírito, evitar contendas e buscar a santidade. Sem paz e santidade, ninguém verá o Senhor.
ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।
ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।
କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ,
ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ;
ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ;
ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।
ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ।
Paz e fé
O Deus da esperança nos encha de paz e alegria no crer. Quem mantém o pensamento firme no Senhor experimenta paz perfeita.
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
ସେମାନଙ୍କ ପଥରେ ବିନାଶ ଓ କ୍ଳେଶ,
ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ।
ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।"
କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, "ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।"
ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।
ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।
ସେହି ଗୃହ ଯଦି ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ।
"ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି।
ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ
ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ
ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।"
ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।
ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ;
ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ;
ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।
ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛି କାଳ କୌଶଳ କଳ୍ପନା କରିବ।
ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।
ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।
ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି।
ସେଥିରେ ଆଉ ଗୋଟିଏ ଅଶ୍ୱ ବାହାରି ଆସିଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥିନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି, ତାହାକୁ ଗୋଟିଏ ବୃହତ୍ ଖଡ୍ଗ ଦିଆଗଲା।