Pecado
O pecado é a realidade que separa a humanidade de Deus. Mas a Bíblia também revela a solução: o sangue de Cristo que nos purifica e a graça que nos liberta de toda condenação.
A universalidade do pecado
Todos pecaram e carecem da glória de Deus. Não há justo, nem sequer um. O pecado entrou no mundo por um homem, mas a graça veio por Jesus.
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି, ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ
ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।
ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।
Liberdade da condenação
Não há condenação para os que estão em Cristo Jesus. Ele nos libertou da lei do pecado e da morte para vivermos em novidade de vida.
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ। କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।
ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ; କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର। କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ। ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ? କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ, ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।
ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ। କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ। କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ। ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି।
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।
Confissão e perdão
Se confessarmos os nossos pecados, Deus é fiel e justo para nos perdoar e purificar de toda injustiça. A confissão liberta a alma.
ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ। ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।
ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର;
ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର
ଓ ମୋʼ ପାପରୁ ମୋତେ ଶୁଚି କର।
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି,
ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି;
ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର
କରିବା ବେଳେ ନିର୍ଦ୍ଦୋଷ ହେବ।
ଦେଖ, ଅପରାଧରେ ମୁଁ ନିର୍ମିତ ହେଲି
ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।
ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ;
ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି;
ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ;
ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର
ଓ ମୋʼ ଅପରାଧସବୁ ମାର୍ଜନା କର।
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି
ଓ ଆପଣା ଅଧର୍ମ ଲୁଚାଇଲି ନାହିଁ;
ମୁଁ କହିଲି, "ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,"
ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]
ଯାହାର ଅପରାଧ କ୍ଷମା,
ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
ହେ ସଦାପ୍ରଭୋ, ଆପଣା ନାମ ସକାଶୁ
ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର।
କାରଣ ତାହା ଅନାଦିକାଳୀନ।
ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ;
ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ?
ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ;
ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Vencendo o pecado
Cristo nos resgatou e nos restaurou. Devemos mortificar as obras da carne, fugir do pecado e prosseguir em santidade.
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।"
ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।
ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ; କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।
Responsabilidade e restauração
O pecado tem consequências, mas Deus restaura o arrependido. Devemos corrigir uns aos outros com mansidão e cobrir o pecado com amor.
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।
ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
Fuga do pecado
Bem-aventurado o que não anda no conselho dos ímpios. O caminho do justo é guardado pelo Senhor, e sua Palavra nos protege da queda.
ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ,
ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ,
କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼
ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
ସରଳାଚାରୀ ନିର୍ଭୟରେ ଚାଲେ,
ମାତ୍ର ବକ୍ରଗାମୀ ଜଣା ପଡ଼ିବ।
ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ। ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ! ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ।
ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।"
ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।"