Perseguição
Jesus advertiu que seus seguidores seriam perseguidos pelo mundo. Mas a perseguição não é sinal de fracasso — é sinal de fidelidade. Bem-aventurados os que sofrem por causa da justiça.
Perseguição como marca do discípulo
Jesus disse: se o mundo vos odeia, sabei que antes de vós odiou a mim. Todo o que quer viver piedosamente será perseguido.
ବିଶ୍ୱାସୀଙ୍କୁ ଜଗତର ଘୃଣା
"ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।
ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି
ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି
ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି,
ତେବେ ତୁମ୍ଭେମାନେ ଧନ୍ୟ।
Recompensa na perseguição
Os perseguidos por causa de Cristo receberão grande galardão no céu. Quem perde por amor ao evangelho receberá cem vezes mais.
ଯୀଶୁ କହିଲେ, "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି, ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
Amor e confiança em meio à adversidade
A Bíblia nos ensina a amar nossos perseguidores, abençoar os que nos maldizem e confiar que nossos tempos estão nas mãos de Deus.
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
ମୋହର ସମୟ ସବୁ ତୁମ୍ଭର ହସ୍ତଗତ;
ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, "ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?"